ଶ୍ରୀମନ୍ଦିରରେ ବିଜେ ହେଲେ ପଟିଦିଅଁ
ପୁରୀ : ସୋମବାର ବିଳମ୍ବିତ ରାତିରେ ସ୍ନାନବେଦୀରୁ ପହଣ୍ଡି ଯିବା ବେଳେ ଶ୍ରୀବିଗ୍ରହମାନେ ଅଣସର ପିଣ୍ଡିରେ ଅଟକିଛନ୍ତି । ଆଜିଠାରୁ ଏଠାରେ ମହାପ୍ରଭୁଙ୍କ ଗୋପନ ନୀତି ଅନୁଷ୍ଠିତ ହେବ । ଅଣସରବାସ ପିଣ୍ଡି ସମ୍ମୁଖରେ ଅଣସର ତାଟି ଦିଆଯାଇଛି । ମହାପ୍ରଭୁଙ୍କ ଅଣସର ବେଳର ବିକଳ୍ପ ଦର୍ଶନ ପାଇଁ ଶ୍ରୀମନ୍ଦିରରେ ପଟିଦିଅଁ ବିଜେ କରାଯାଇଛି । ଅଣସର ତାଟି ସମ୍ମୁଖରେ ପଟିଦିଅଁ ଭକ୍ତଙ୍କୁ ଦର୍ଶନ ଦେବାର ପରମ୍ପରା ରହିଛି । ଆଜିଠାରୁ ଠାରୁ ଭକ୍ତମାନେ ଏହି ପିଟିଦିଅଁଙ୍କଚ ଦର୍ଶନ କରିବେ । ପ୍ରଭୁ ବଳଭଦ୍ରଙ୍କ ବାଡ଼ରେ ବାସୁଦେବ, ମା’ସୁଭଦ୍ରାଙ୍କ ବାଡ଼ରେ ଭୁବନେଶ୍ୱରୀ ଓ ଶ୍ରୀଜଗନ୍ନାଥଙ୍କ ବାଡ଼ରେ ଶ୍ରୀ ନାରାୟଣ ଅଧିଷ୍ଠିତ ହେବେ । ପଟିଦିଅଁଙ୍କୁ ଭକ୍ତମାନେ ଦଶ ଅବତାର ଭାବେ ବିବେଚନା କରିଥାନ୍ତି । ପଟିଦିଅଁ ବାସୁଦେବଙ୍କ ସହିତ ଦୋଳଗୋବିନ୍ଦ, ରାମ ନୃସିଂହ, ଭୁବନେଶ୍ୱରୀଙ୍କ ପାଶ୍ୱର୍ରେ ଭୁଦେବୀ, ଶ୍ରୀଦେବୀ, ନାରାୟଣଙ୍କ ସମ୍ମୁଖରେ ମଦନମୋହନ ଓ ଶ୍ରୀକୃଷ୍ଣ ବିଜେ କରିବାର ପରମ୍ପରା ରହିଛି । କିମ୍ବଦନ୍ତୀ ମୁତାବକ, ଅଣସର ସମୟରେ ମହାପ୍ରଭୁଙ୍କ ବିକଳ୍ପ ଦର୍ଶନ ଭାବେ ଭକ୍ତ ବ୍ରହ୍ମଗିରିସ୍ଥିତ ଅଲାରନାଥ ପୀଠକୁ ଦର୍ଶନ ପାଇ ଯାଇଥାନ୍ତି । ସେଠାରେ ମହାପ୍ରଭୁ ବିଜେ କରିଥାନ୍ତି ବୋଲି ବିଶ୍ୱାସ କରାଯାଏ । ମହାପ୍ରଭୁଙ୍କ ନବଯୌବନ ଦର୍ଶନ ପର୍ଯ୍ୟନ୍ତ ଅର୍ଥାତ ଆସନ୍ତାକାଲିଠାରୁ ଜୁଲାଇ ୨ ତାରିଖ ପର୍ଯ୍ୟନ୍ତ ଅଲାରନାଥଙ୍କ ପୀଠରେ ଭକ୍ତଙ୍କ ସମାଗମ ହେବ । ଏଥିପାଇଁ ପ୍ରଶାସନ ପକ୍ଷରୁ ଅଲାରନାଥଙ୍କ ପୀଠରେ ସମସ୍ତ ବନେ୍ଦାବସ୍ତ କରାଯାଇଛି ।
Comments are closed.