Odisha Link
Bridging the Missing Links in Odisha

ଚାଲିଛି ଶ୍ରୀଅଲାରନାଥଙ୍କ ଦର୍ଶନ

ବ୍ରହ୍ମଗିରି : ଅତ୍ୟଧିକ ସ୍ନାନ ଯୋଗୁଁ ଜ୍ୱରରେ ପଡିଛନ୍ତି ମହାପ୍ରଭୁ । ରତ୍ନ ସିଂହାସନ ଛାଡି ଅଣସର ଘରେ ଚତୁର୍ଦ୍ଧାମୂରତି। ସେପଟେ ବ୍ରହ୍ମଗିରିସ୍ଥିତ ଶ୍ରୀଅଲାରନାଥଙ୍କ ଦର୍ଶନର ଆଜି ହେଉଛି ଦ୍ୱିତୀୟ ଦିନ। ଅତ୍ୟଧିକ ସ୍ନାନ ଯୋଗୁଁ ଚତୁର୍ଦ୍ଧାବିଗ୍ରହ ଜ୍ୱରରେ ପଡିରହିଛନ୍ତ । ଦଇତାପତି ସେବାୟତମାନେ ଚତୁର୍ଦ୍ଧାମୂରତିଙ୍କ ଗୁପ୍ତନୀତି ସେବା କରୁଛନ୍ତି।
ଏବେ ଶ୍ରୀଜିଉ ୧୫ଦିନ ଧରି ଅଣସର ଘରେ ରହିବେ। ଏହି ସମୟରେ ଶ୍ରୀଜିଉଙ୍କ ଚାଲିବ ଗୁପ୍ତ ଉପଚାର। ରତ୍ନସିଂହାସନରେ ଆଉ ଭକ୍ତ ପ୍ରିୟ କାଳିଆ ଠାକୁରଙ୍କୁ ଦର୍ଶନ ପାଇବେ ନାହିଁ। ଏହି ସମୟରେ ତିନି ବାଡ଼ରେ ପଟିଦିଅଁ ପୂଜା ପାଇବାର ବିଧି ରହିଛି।ତେବେ ଏହି ସମୟରେ ବ୍ରହ୍ମଗିରିରେ ଚତୁର୍ଭୁଜ ନାରାୟଣ ରୂପୀ ଅଲରାନାଥଙ୍କୁ ଦର୍ଶନ କଲେ ଜଗନ୍ନାଥ ଦର୍ଶନ ସମ ଫଳ ମିଳିଥାଏ ବୋଲି ବିଶ୍ୱାସ ରହିଛି।

Comments are closed.