Odisha Link
Bridging the Missing Links in Odisha

ଆଜିଠୁ ବିଜେପିର ରାଜ୍ୟସ୍ତରୀୟ ସଦସ୍ୟତା ଅଭିଯାନ, ଶୁଭାରମ୍ଭ କରିବେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ବର: ଆଜିଠୁ ବିଜେପିର ଦେଶବ୍ୟାପୀ ସଦସ୍ୟତା ଅଭିଯାନ ଆରମ୍ଭ ହୋଇଛି। ଓଡ଼ିଶାରେ ଏହି ସଦସ୍ୟତା ଅଭିଯାନକୁ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଦିନ ୩ଟାରେ ଶୁଭାରମ୍ଭ କରିବେ ବୋଲି ଦଳ ପକ୍ଷରୁ ସୂଚନା ଦିଆଯାଇଛି।

ଗତକାଲି ଭୁବନେଶ୍ୱର ବିଜେପି ଜିଲ୍ଲା ସଂଗଠନ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ଭୁବନେଶ୍ୱର ଏକାମ୍ର କଲେଜ ସମ୍ମୁଖସ୍ଥିତ ଗୋଖିବାବା କଲ୍ୟାଣମଣ୍ଡପଠାରେ ଆଜି ଅପରାହ୍ନ ୩ଟାରେ ଏହି ସଦସ୍ୟତା ଅଭିଯାନକୁ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଆନୁଷ୍ଠାନିକ ଭାବେ ଶୁଭାରମ୍ଭ କରିବେ ବୋଲି ନିଷ୍ପତ୍ତି ନିଆଯାଇଥିଲା। ଏହି ଅବସରରେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ସମେତ ଦଳର ବହୁ ରାଜ୍ୟସ୍ତରୀୟ ନେତା ଯୋଗ ଦେବେ। ବିଜେପିର ଏହି ସଦସ୍ୟତା ଅଭିଯାନ ଅଗଷ୍ଟ ୧୧ ତାରିଖ ପର୍ଯ୍ୟନ୍ତ ଚାଲିବ। ଉଭୟ ଅନଲାଇନ ଓ ଅଫଲାଇନ ମାଧ୍ୟମରେ ସଦସ୍ୟ ସଂଗ୍ରହ କରାଯିବ ବୋଲି ରାଜ୍ୟ ବିଜେପି ମୁଖପାତ୍ର ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି।

Comments are closed.