ଆରମ୍ଭ ହେଲା ମହାପ୍ରଭୁଙ୍କ ରଥଭଙ୍ଗା କାର୍ଯ୍ୟ
![](https://www.odishalink.com/wp-content/uploads/2019/07/rath.png)
ପୁରୀ : ପରମ୍ପରା ଅନୁସାରେ ଆଜିଠାରୁ ପୁରୀରେ ଆରମ୍ଭ ହୋଇଛି ରଥଭଙ୍ଗା କାମ। ଶ୍ରୀମନ୍ଦିର ପ୍ରଶାସନର ନିର୍ଦ୍ଦେଶ ଅନୁସାରେ ଆଜି ଭୋଇ ସେବକମାନେ ରଥ ଭଙ୍ଗା କାର୍ଯ୍ୟ କରିଛନ୍ତି। ତେବେ ପ୍ରଥମେ ମା’ ସୁଭଦ୍ରାଙ୍କ ଦେବଦଳନ ରଥର କଳସରୁ ଭଙ୍ଗା କାମ ଆରମ୍ଭ ହୋଇଛି। ମୁଖ୍ୟ ଭୋଇ ସର୍ଦ୍ଦାରଙ୍କ ନିର୍ଦ୍ଦେଶକ୍ରମେ ୫ ଜଣ ପ୍ରମୁଖ ଭୋଇ ଉପସ୍ଥିତ ରହି ରଥଭଙ୍ଗା କାର୍ଯ୍ୟ ଆରମ୍ଭ କରିଥାନ୍ତି । ତେବେ ମହାପ୍ରଭୁଙ୍କର ଏହି ରଥଭଙ୍ଗା କାମରେ ମୋଟ ୨୦ ଜଣ ଭୋଇ ସେବାକମାନେ ୧୨ ଦିନ ଭିତରେ ୩ ରଥକୁ ଭାଙ୍ଗିଥାନ୍ତି । ପ୍ରଥମେ ଦେବଦଳନ, ପରେ ତାଳଧ୍ୱଜ ଓ ଶେଷରେ ନନ୍ଦିଘୋଷ ରଥ ଭଙ୍ଗାଯିବା ପରମ୍ପରା ରହିଛି । ସେହିଭଳି ମହାପ୍ରଭୁଙ୍କ ଏହି ଭଙ୍ଗା ରଥକାଠକୁ ସଂଗ୍ରହ କରି ଘରେ ରଖିଥାନ୍ତି ଭକ୍ତମାନେ।
ବିଶ୍ୱାସ ରହିଛି, ରଥକାଠ ଘରେ ରଖିବା ଦ୍ୱାରା ସବୁ ଦୁଃଖ କଷ୍ଟ ଦୂର ହୋଇଯାଇଥାଏ । ରଥର ଚକ, ପ୍ରଭା, ଦ୍ୱାର ବେଢା, କଣଗୁଜକୁ ଶ୍ରୀମନ୍ଦିର ପ୍ରଶାସନ ନିଲାମ କରିଥାଏ । ଏବଂ ଅନ୍ୟ ଟୁକୁରା କାଠ ମହାପ୍ରଭୁଙ୍କ କୋଠଭୋଗ ପ୍ରସ୍ତୁତିରେ ଜାଳ ଭାବେ ବ୍ୟବହାର ହୋଇଥାଏ।
Comments are closed.