ରାଜ୍ୟରେ ଆହୁରି ତିନିଦିନ ବର୍ଷା ସମ୍ଭାବନା

ଭୁବନେଶ୍ୱର : ମନସୁନ୍ ଟ୍ରଫ୍ ଲାଇନ୍ ପ୍ରଭାବରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। ଏହାର ପ୍ରଭାବରେ ଆଜି କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ଅନୁଗୁଳ ଏବଂ ସମ୍ବଲପୁର।
ସେହିପରି ଆଉ କିଛି ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ହୋଇପାରେ। ସେହି ଜିଲ୍ଲା ଗୁଡ଼ିକ ହେଲା-ଢେଙ୍କନାଳ, ଝାରସୁଗୁଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ମୟୂରଭଞ୍ଜ, ବଲାଙ୍ଗିର ଓ ଯାଜପୁର। ଏଥିସହ ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆସନ୍ତାକାଲି ମଧ୍ୟ ରାଜ୍ୟର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ କହିଛି।
ଆଜି ସକାଳ ସାଢ଼େ ୫ଟା ସୁଦ୍ଧା ପୁରୀରେ ୮୭ ମିମି ବର୍ଷା ହୋଇଥିବା ବେଳେ ଭୁବନେଶ୍ୱରରେ ୫୧ ମିମି, ଗୋପାଳପୁରରେ ୨୬ ମିମି, ଚାନ୍ଦବାଲିରେ ୩୧ ମିମି ବର୍ଷା ରେକର୍ଡ କରାଯାଇଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି। ସୂଚନା ଅନୁସାରେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ସ୍ୱାଭାବିକଠାରୁ ୩୨ ପ୍ରତିଶତ କମ୍ ବର୍ଷା ହୋଇଛି।
Comments are closed.