Odisha Link
Bridging the Missing Links in Odisha

୧୧ ଓଡ଼ିଆ ପୋଲିସଙ୍କୁ ରାଷ୍ଟ୍ରପତି ପଦକ

ଭୁବନେଶ୍ବର : ସ୍ୱାଧୀନତା ଦିବସ ଅବସରରେ ଅଗ୍ନି ସେବା, ହୋମ ଗାର୍ଡ ଓ ସାଧାରଣ ସୁରକ୍ଷା କ୍ଷେତ୍ରରେ ଓଡ଼ିଶାରୁ ୧୧ ଜଣଙ୍କୁ ରାଷ୍ଟ୍ରପତି ପଦକ ପ୍ରଦାନ କରାଯିବ। ଏମାନଙ୍କ ମଧ୍ୟରୁ ଅଗ୍ନି ସେବା କ୍ଷେତ୍ରରେ ବିଶିଷ୍ଟ ସେବା ପାଇଁ ଭାରତ ଭୂଷଣ ନାୟକ ଏହି ପୁରସ୍କାର ପାଇବେ ଓ ଏହି କ୍ଷେତ୍ରରେ ପ୍ରଶଂସନୀୟ ସେବା ପାଇଁ ତ୍ରିଲୋକ କୁମାର ବାବୁ, ଗୁଣଧର ଜେନା, ଦୟାନିଧି ମିଶ୍ର, ନିରଞ୍ଜନ ମନ୍ତ୍ରୀ, ବିଜୟ ନାରାୟଣ ପଣ୍ଡା ଓ ସର୍ବେଶ୍ୱର ମହାରଣାଙ୍କୁ ରାଷ୍ଟ୍ରପତି ପଦକ ମିଳିବ। ହୋମଗାର୍ଡ ଓ ସାଧାରଣ ସୁରକ୍ଷା କ୍ଷେତ୍ରରେ ପ୍ରଶଂସନୀୟ ସେବା ପାଇଁ ଅରୁଣ କୁମାର ଜେନା, ଏନ ରାଜେନ୍ଦ୍ର ଦୋରା, ରମେଶ ଚନ୍ଦ୍ର ମହାନ୍ତି ଏବଂ ଲିଲି ପୃଷ୍ଟିଙ୍କୁ ଏହି ସମ୍ମାନ ମିଳିବ।
ଚଳିତ ବର୍ଷ ୫୬ ଜଣ ବ୍ୟକ୍ତିଙ୍କୁ ଅଗ୍ନିଶମ ସେବା କ୍ଷେତ୍ରରେ ପୁରସ୍କୃତ କରାଯିବ। ଏଥିମଧ୍ୟରୁ ବୀରତା ପାଇଁ ଜଣଙ୍କୁ, ବିଶେଷ ସେବା ପାଇଁ ୮ ଜଣଙ୍କୁ ଏବଂ ପ୍ରଶଂସନୀୟ ସେବା ପାଇଁ ୪୭ ଜଣଙ୍କୁ ପୁରସ୍କୃତ କରାଯିବ। ହୋମଗାର୍ଡ ଓ ସାଧାରଣ ସୁରକ୍ଷା କ୍ଷେତ୍ରରେ ୪୪ ଜଣ ବ୍ୟକ୍ତିଙ୍କୁ ପୁରସ୍କୃତ କରାଯିବ। ଏମାନଙ୍କ ମଧ୍ୟରୁ ବିଶେଷ ସେବା ପାଇଁ ୮ ଜଣ ଏବଂ ପ୍ରଶଂସନୀୟ ସେବା ପାଇଁ ୩୬ ଜଣ ରାଷ୍ଟ୍ରପତିଙ୍କ ଠାରୁ ପଦକ ପାଇବେ।

Comments are closed.