ରାଜ୍ୟର ବିଭିନ୍ନ ସ୍ଥାନରେ ଆଜି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟର ଅଧିକାଂଶ ସ୍ଥାନରେ ଆଜି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହିତ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ମଧ୍ୟ ହୋଇପାରେ। ଏହି ଜିଲ୍ଲା ଗୁଡ଼ିକ ହେଲା- କଳାହାଣ୍ଡି, ବରଗଡ଼, ବଲାଙ୍ଗିରି। ସେହିପରି ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଅନୁଗୁଳ, ଢେଙ୍କାନାଳ, ଝାରସୁଗୁଡ଼ା ଓ ସମ୍ବଲପୁର ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି।
ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ବଜ୍ରପାତ ହୋଇପାରେ। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଦିଆ ଯାଇଛି। ତେବେ ଲଘୁଚାପର ପ୍ରଭାବ ଓଡ଼ିଶା ଉପରେ ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।