ଓଡ଼ିଶା ଅସୁଛନ୍ତି ରାଷ୍ଟ୍ରପତି

ଭୁବନେଶ୍ବର: ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଆସନ୍ତା ୨୭ ଓ ୨୮ ତାରିଖରେ ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି। ତେବେ ରାଷ୍ଟ୍ରପତିଙ୍କ ଗସ୍ତ ନେଇ ଭୁବନେଶ୍ୱର ଡିଜି କ୍ୟାମ୍ପ ଅଫିସରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ପୁଲିସ ଡିଜିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ସୁରକ୍ଷା ନେଇ ଆଲୋଚନା କରାଯାଇଛି। ଏହି ବୈଠକରେ ଆଇଜି ଅପରେସନ, ଏଡିଜି କୋଷ୍ଟାଲ ସିକୁ୍ୟରିଟି, ଗୁଇନ୍ଦା ବିଭାଗ ଆଇଜି, ଗଞ୍ଜାମ ଏସପି ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।
Comments are closed.