Odisha Link
Bridging the Missing Links in Odisha

ସଡ଼କ ଦୁର୍ଘଟଣାରେ ୨ ମୃତ

କନ୍ଧମାଳ: କନ୍ଧମାଳ ଜିଲ୍ଲା ଟିକାବାଲି ଥାନା ଅନ୍ତର୍ଗତ ପେନାଗବେରି ଗାଁ ନିକଟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଏକ ବାଇକ୍‍ ଦୁର୍ଘଟଣାଗ୍ରସ୍ତ ହେବାରୁ ଦୁଇଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ଫୁଲବାଣୀ ମେଡ଼ିକାଲରେ ଭର୍ତ୍ତି କରାଯାଇଛି।
ସୂଚନା ଅନୁଯାୟୀ, ରବିବାର ସନ୍ଧ୍ୟା ସମୟରେ ୩ ଜଣ ଏକ ବାଇକରେ କୌଣସି କାମରେ ଟିକାବାଲି ଯାଉଥିଲେ। ଏହି ସମୟରେ ଭାରସାମ୍ୟ ହରାଇ ବାଇକ ଦୁର୍ଘଟଣାଗ୍ରସ୍ତ ହେବାରୁ ଏଭଳି ଅଘଟଣ ଟିଥିବା ଜଣାପଡ଼ିଛି।

Comments are closed.