ବିଜେପିର ଆନ୍ଦୋଳନ

ଭୁବନେଶ୍ୱର: ଆଜି ରାଜ୍ୟବ୍ୟାପୀ ବିଜେପି ଆନ୍ଦୋଳନ କରୁଛି। କେନ୍ଦ୍ରୀୟ ଯୋଜନାକୁ ରାଜ୍ୟ ସରକାର ହଡ଼ପ କରୁଥିବା ଅଭିଯୋଗ କରି ଆଜି ରାଜ୍ୟବ୍ୟାପୀ ବିଜେପି ପକ୍ଷରୁ ଆନ୍ଦୋଳନ ଡାକରା ଦିଆଯାଇଛି। ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ରାଜ୍ୟ ସରକାର ନିଜ ନାମରେ କରିବାକୁ ନେଇ ରାଜ୍ୟ ବିଜେପି ବିରୋଧ କରିଛି। ଏନେଇ ଆଜି ଭୁବନେଶ୍ୱର ମହାନଗର ନିଗମ ଅଫିସ ଆଗରେ ବିଜେପି ପକ୍ଷରୁ ବିକ୍ଷୋଭ କରାଯାଇଛି। ପରେ ରାଜ୍ୟପାଳଙ୍କ ଉଦ୍ୟେଶରେ ବିଏମସି କମିଶନରଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି।
ଅନ୍ୟପକ୍ଷରେ ରାଜ୍ୟବ୍ୟାପୀ ଆନ୍ଦୋଳନ ନେଇ ବିଜେପି ମୁଖପାତ୍ର ଗୋଲକ ମହାପାତ୍ର ନିଜ ପ୍ରତିକ୍ରିୟା ରଖି କହିଛନ୍ତି ଯେ, ଅନ୍ୟ ରାଜ୍ୟ ତୁଳନାରେ ଓଡ଼ିଶାରେ ଘର ସଂଖ୍ୟ ବଢୁନାହିଁ। ରାଜ୍ୟ ସରକାର ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ହଡ଼ପ କରିଛନ୍ତି। ଦଳୀୟ କର୍ମୀଙ୍କ ଆକାଉଣ୍ଟକୁ ଟଙ୍କା ଯାଇଥିବାବେଳେ ପ୍ରକୃତ ହିତାଧିକାରୀ ପାଉନାହାନ୍ତି ବୋଲି ଶ୍ରୀ ମହାପାତ୍ର କହିଛନ୍ତି।
Comments are closed.