୧୧ ଜିଲ୍ଲାରେ ସବୁ ସ୍କୁଲ ଛୁଟି

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ଲାଗି ରହିଛି। ବର୍ଷା ଥମିବାର ନାଁ ଧରୁନି। ଲଗାଣ ବର୍ଷା ଯୋଗୁଁ ଜନଜୀବନ ଠପ୍ ହୋଇପଡିଛି। ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ୧୧ ଜିଳ୍ଲାର ଜିଲ୍ଲାପାଳ ଛୁଟି ଘୋଷଣା କରିଛନ୍ତି। ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର ବନ୍ଦ ରହିବ। କେନ୍ଦୁଝର, ଭଦ୍ରକ, ବାଲେଶ୍ୱର,ମୟୂରଭଞ୍ଜ, ଢେଙ୍କାନାଳ, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଓ ଯାଜପୁର ଜିଲ୍ଲାରେ ସମସ୍ତ ସ୍କୁଲ, ଅଙ୍ଗନବାଡି କେନ୍ଦ୍ର ବନ୍ଦ ରହିବ।
Comments are closed.