Odisha Link
Bridging the Missing Links in Odisha

ସ୍ୱର୍ଗଦ୍ୱାରରୁ ହଟିବ ବିଜୁ ପଟ୍ଟନାୟକଙ୍କ ସମାଧି, ରହିବ ସ୍ମୃତି ଫଳକ

ଭୁବନେଶ୍ବର: ପୁରୀ ସ୍ୱର୍ଗଦ୍ୱାରର ବିକାଶ ପାଇଁ ପ୍ରଥମ ପର୍ଯ୍ୟାୟରେ ୫ କୋଟି ଟଙ୍କା ଖର୍ଚ୍ଚ ହେବ। ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ଏହି ଖର୍ଚ୍ଚ ଭରଣା କରାଯିବ। ଫୋଏନିକ୍ସ ଫାଉଣ୍ଡେସନ୍ ସହଯୋଗରେ ଏହି ବିକାଶ କାର୍ଯ୍ୟ କରାଯିବ।ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଏଥିସହିତ ସ୍ୱର୍ଗଦ୍ୱାରରୁ ଉଚ୍ଛେଦ ହେବ ବିଜୁ ପଟ୍ଟନାୟକଙ୍କ ସମାଧି ପୀଠ। ବିଜୁଙ୍କ ସମାଧି ଉଠି କେବଳ ସ୍ମୃତି ଫଳକ ରହିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ବାତ୍ୟା ଫନି ପରେ ସ୍ୱର୍ଗଦ୍ୱାରର ବହୁତ କ୍ଷତି ହୋଇଥିଲା ୟ। ତେଣୁ ଏହାର ସାମଗ୍ରିକ ବିକାଶ ପାଇଁ ରାଜ୍ୟ ସରକାର ଏହି କାମ ହାତକୁ ନେଇଛନ୍ତି। ଏଥିରେ ଶବଦାହଠାରୁ ଆରମ୍ଭ କରି ଶବ ବାହକ ମାନଙ୍କ ସୁବିଧା ପାଇଁ ଅତ୍ୟାଧୁନିକ ବ୍ୟବସ୍ଥା ରହି । ସବୁ ଋତୁରେ ସୁବିଧାରେ ଶବଦାହ ପାଇଁ ବ୍ୟବସ୍ଥା କରାଯିବ। ଶବବାହକ ମାନଙ୍କ ସୁବିଧା ପାଇଁ ବିଶ୍ରାମ କକ୍ଷଠାରୁ ଆରମ୍ଭ କରି ବ୍ୟାପକ ବୃକ୍ଷ ରୋପଣ କରାଯିବ। ଅସ୍ଥି ସଂଗ୍ରହ ଏବଂ ଏହାର ସଂରକ୍ଷଣ ପାଇଁ ମଧ୍ୟ ସ୍ୱତନ୍ତ୍ର ବ୍ୟବସ୍ଥା କରାଯିବ। ଏହି କାମ ୬ ମାସ ମଧ୍ୟରେ ଶେଷ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଜୁ ବାବୁ କୋଟି କୋଟି ଓଡ଼ିଆଙ୍କ ହୃଦୟରେ ଅଛନ୍ତି। ସ୍ୱର୍ଗଦ୍ୱାରରେ ବିଜୁ ବାବୁଙ୍କ ଉଦ୍ଦେଶ୍ୟରେ ଯାହା କିଛି ଥିଲା ସେ ସବୁ ଏବେ ଓଡ଼ିଶାବାସୀଙ୍କ ସେବାରେ ଲାଗିବ। ଏହି ବୈଠକରେ ପଞ୍ଚାୟତିରାଜ ମନ୍ତ୍ରୀ, କ୍ରିଡା ମନ୍ତ୍ରୀ, ଉନ୍ନୟନ କମିଶନର, ବିଭିନ୍ନ ବିଭାଗର ପ୍ରମୁଖ ସଚିବ, ଶାସନ ସଚିବ, ପୁରୀ ଜିଲ୍ଲାପାଳ, ଫୋଏନିକ୍ସ ଫାଇଣ୍ଡେସନର ଅଧ୍ୟକ୍ଷ ପ୍ରମୁଖ ଉପସ୍ଥିତ ଥିଲେ ।

Comments are closed.