Odisha Link
Bridging the Missing Links in Odisha

ପୂର୍ବତନ ବିଧାୟିକା ନନ୍ଦିନୀ ଦେବୀଙ୍କ ଗାଡି ଧକ୍କାରେ ଜଣେ ମୃତ : ୩ ଆହତ

ଟାଙ୍ଗୀ: ସାନଖେମୁଣ୍ଡି ପୂର୍ବତନ ବିଧାୟିକା ନନ୍ଦିନୀ ଦେବୀଙ୍କ ଗାଡି ଧକ୍କାରେ ଜଣଙ୍କର ମୃତ୍ୟୁ ଘଟିଛି। ନାଚୁଣୀ-ସୁନାଖଳା ବାଇପାସ୍‌ ଛକ ନିକଟରେ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଆହତ ହୋଇଥିବା ୩ଜଣଙ୍କୁ ବାଲୁଗାଁ ମେଡିକାଲରେ ଭର୍ତ୍ତି କରାଯାଇଛି।
ଦୁର୍ଘଟଣାରେ ନନ୍ଦିନୀ ଦେବୀ ମଧ୍ୟ ଆହତ ହୋଇଥିବା ସୂଚନା ମିଳିଛି। ତାଙ୍କୁ ଭୁବନେଶ୍ବରର ଏକ ଘରୋଇ ମେଡିକାଲରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରେ ବାଣପୁର ପୋଲିସ ତଦନ୍ତ ଆରମ୍ଭ କରିଛି।

Comments are closed.