Odisha Link
Bridging the Missing Links in Odisha

ଅପରାହ୍ନ ୩ଟା ଯାଏଁ ଗୃହ ମୁଲତବି

ଭୁବନେଶ୍ଵର: ବିଧାନସଭା ଆରମ୍ଭରୁ ଗୃହରେ ହଟ୍ଟଗୋଳ ସୃଷ୍ଟି ହୋଇଛି। ପ୍ରଶ୍ନକାଳ ଚାଲିଥିବାବେଳେ କଂଗ୍ରେସ ସଦସ୍ୟମାନେ ଧାନ ବିକ୍ରି ପ୍ରସଙ୍ଗକୁ ନେଇ ଗୃହରେ ନାରାବାଜି କରିଥିଲେ। ପରେ ବାଚସ୍ପତି ଗୃହକୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି।

ପ୍ରକାଶ ଯେ, ଗୃହ କାର୍ଯ୍ୟ ଆରମ୍ଭ ହେବା ପରେ ପ୍ରଶ୍ନକାଳ ଚାଲିଥିଲା। ଏହା ମଧ୍ୟରେ କଂଗ୍ରେସ ବିଧାୟକମାନେ ଆସନରୁ ଉଠି ନାରାବାଜି କରିଥିଲେ। ବାଚସ୍ପତି ସେମାନଙ୍କୁ ଆସନରେ ବସିବାକୁ ଅନୁରୋଧ କରିଥିଲେ। କିନ୍ତୁ ସଦସ୍ୟମାନେ ଆସନ ଛାଡ଼ି ବାଚସ୍ପତିଙ୍କ ପୋଡିୟମ ନିକଟକୁ ଆସି ହଟ୍ଟଗୋଳ କରିଥିଲେ। ଧାନ ବିକ୍ରି ପ୍ରସଙ୍ଗରେ ଆଲୋଚନା ପାଇଁ ଦାବି କରିଥିଲେ। ଶୂନ୍ୟ କାଳରେ ଏହି ପ୍ରସଙ୍ଗରେ ଆଲୋଚନା ହେବ ବୋଲି ବାଚସ୍ପତି କଂଗ୍ରେସ ସଦସ୍ୟମାନଙ୍କୁ କହିଥିଲେ। କିନ୍ତୁ ସେମାନେ ଶୁଣି ନ ଥିଲେ। ପୋଡିୟମ ପାଖରେ ନାରାବାଜି କରିବାକୁ ବାଚସ୍ପତି ଗୃହକୁ ଅପରାହ୍ନ ୩ଟା ଯାଏ ମୁଲତବୀ ଘୋଷଣା କରିଥିଲେ ଅନ୍ୟପଟେ ବିଜେପି ବିଧାୟକମାନେ ସ୍ମିତାରାଣୀ ବିଶ୍ଵାସ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ଦାବିରେ ବିଧାନସଭା ପରିସରସ୍ଥ ଗାନ୍ଧୀ ମୂର୍ତ୍ତି ତଳେ ଧାରଣା ଦେଇଛନ୍ତି।

Comments are closed.