Odisha Link
Bridging the Missing Links in Odisha

ମାର୍ଚ୍ଚ ସୁଦ୍ଧା ବିଦ୍ୟାଳୟରେ ପହଞ୍ଚିବ ବହି: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର: ଏଥର ଶିକ୍ଷାବର୍ଷ ଆରମ୍ଭରୁ ବିଦ୍ୟାଳୟରେ ପହଞ୍ଚିବ ମାଗଣା ପାଠ୍ୟପୁସ୍ତକ। ଆସନ୍ତା ଏପ୍ରିଲରୁ ୨୦୨୦-୨୧ ଶିକ୍ଷାବର୍ଷ ଆରମ୍ଭ ହେବ। ଏଥିପାଇଁ ମାର୍ଚ୍ଚ ସୁଦ୍ଧା ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ମାଗଣା ପାଠ୍ୟପୁସ୍ତକ ପହଞ୍ଚିବ। ତେବେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କ ପାଠପଢ଼ାରେ ଯେପରି ବାଧାସୃଷ୍ଟି ନ ହୁଏ ସେଥିପ୍ରତି ଗୁରୁତ୍ୱ ଦିଆଯାଉଛି ବୋଲି ଆଜି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। ଏପରିକି ମନ୍ତ୍ରୀ ପାଠ୍ୟପୁସ୍ତକ ନିର୍ଦ୍ଦେଶାଳୟରେ ପୁସ୍ତକ ବିତରଣର ଶୁଭାରମ୍ଭ କରିଛନ୍ତି।

Comments are closed.