Odisha Link
Bridging the Missing Links in Odisha

ମନ୍ତ୍ରୀଙ୍କ ଘରକୁ ଟମାଟୋ ମାଡ଼

ଭୁବନେଶ୍ୱର: ପୁରୀ ଗଣଦୁଷ୍କର୍ମ ଘଟଣାକୁ ନେଇ ତାତିଲା ଛାତ୍ର କଂଗ୍ରେସ। ଏହି ଘଟଣାକୁ ନେଇ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଭୁବନେଶ୍ୱରସ୍ଥ ସରକାରୀ ବାସଭବନ ଉପକୁ ଛାତ୍ର କଂଗ୍ରେସ ପକ୍ଷରୁ ଟମାଟୋ ମାଡ଼ କରାଯାଇଛି। ମନ୍ତ୍ରୀଙ୍କ ଇସ୍ତଫା ଦାବି କରି ଛାତ୍ର କଂଗ୍ରେସ ଏହି କାଣ୍ଡ ଭିଆଇଛି। ଏପରିକି ଯଦି ମନ୍ତ୍ରୀ ଇସ୍ତଫା ନଦିଅନ୍ତି ତେବେ ଆଗାମୀ ଦିନରେ ମୁଖ୍ୟମନ୍ତ୍ରୀଙ୍କ ଉପରକୁ ଅଣ୍ଡା ମାଡ଼ କରିବାକୁ ଛାତ୍ର କଂଗ୍ରେସ ପକ୍ଷରୁ ଚେତାବନୀ ଦିଆଯାଇଛି। ତେବେ ପୁଲିସ ଛାତ୍ର କଂଗ୍ରେସର ପ୍ରାୟ ୧୫ରୁ ୨୦ ଜଣ ସଦସ୍ୟଙ୍କୁ ଅଟକ ରଖିଛି।

Comments are closed.