ମେଡ଼ିକାଲରେ ଅଗ୍ନିକାଣ୍ଡ
କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଆଜି ଅଗ୍ନିକାଣ୍ଡ ହୋଇଛି। ଏହି ଅଗ୍ନିକାଣ୍ଡରୁ ରୋଗୀମାନେ ଅଳ୍ପକେ ବର୍ତ୍ତିଯାଇଛନ୍ତି। ମେଡ଼ିକାଲର ନ୍ୟୁଟ୍ରିସନାଲ ଥଇଥାନ କେନ୍ଦ୍ରରେ ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ହୋଇଥିବା ନେଇ ଜଣାପଡ଼ିଛି। ଖବର ପାଇ ସଙ୍ଗେ ସଙ୍ଗେ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଅଗ୍ନିକାଣ୍ଡର କୌଣସି କ୍ଷୟକ୍ଷତିର ସୂଚନା ମିଳିପାରି ନାହିଁ।
Comments are closed.