Odisha Link
Bridging the Missing Links in Odisha

ବନ୍ଧୁକ ଦେଖାଇ ପେଟ୍ରୋଲ ପମ୍ପରୁ ଲୁଟ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ମାର୍ଶାଘାଇ ଥାନା ଅନ୍ତର୍ଗତ ୫ ନମ୍ବର ଜାତୀୟ ରାଜପଥର ହଜାରୀ ଛକ ନିକଟରେ ଥିବା ଏକ ପେଟ୍ରୋଲ ପମ୍ପରୁ ଲୁଟ ହୋଇଛି। ଏନେଇ ମାର୍ଶାଘାଇ ଥାନାରେ ଏକ ମାମଲା ରୁଜୁ ହୋଇଛି।
ମିତିଥିବା ସୂଚନା ଅନୁସାରେ, ଗୁରୁବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ପେଟ୍ରୋଲ ପମ୍ପର କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ଭୟଭୀତ କରି ଓ ମାଡ଼ ମାରି ସେମାନଙ୍କ ଠାରୁ ଲୁଟ କରିଛନ୍ତି। କେତେ ଟଙ୍କା ଲୁଟ ହୋଇଛି ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିପାରି ନାହିଁ। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Comments are closed.