ବସ୍-ଟ୍ରକ୍ ମୁହାଁମୁହିଁ ଧକ୍କା : ୨ ମୃତ, ୨୦ରୁ ଅଧିକ ଆହତ
ଭଦ୍ରକ: ଭଦ୍ରକ ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥର ବନ୍ତ ଛକଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିବା ଆଜି ସକାଳେ ଜଣାପଡ଼ିଛି। ଏକ ଯାତ୍ରୀବାହୀ ବସ ଓ ଟ୍ରକ ମୁହାଁମୁହିଁ ଧକ୍କା ହୋଇ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ପ୍ରାୟ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ୭ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଥିବା ଜଣାପଡ଼ିଛି। ସମସ୍ତ ଗୁରୁତର କଟକ ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଥିବା ବେଳେ ଆହତଙ୍କୁ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।
ସୂଚନା ଅନୁସାରେ ଦୁର୍ଘଟଣାଗ୍ରସ୍ତ ବସଟି ପ୍ରାୟ ୫୦ ଜଣଙ୍କ ଯାତ୍ରୀଙ୍କୁ ନେଇ ଭଦ୍ରକ ଜିଲ୍ଲାର ଧାମନଗରରୁ ବାସୁଦେବପୁର ଅଭିମୁଖେ ଫେରୁଥିଲା। ମାତ୍ର ବନ୍ତ ଛକଠାରେ ଏକ ଦ୍ରୁତଗାମୀ ଟ୍ରକର ମୁହାଁମୁହିଁ ଧକ୍କା ହୋଇଥିଲା। ଖବର ପାଇ ଅଗ୍ନିଶମ କର୍ମଚାରୀ ଓ ସ୍ଥାନୀୟଲୋକେ ସମସ୍ତ ଆହତ ଓ ଗୁରୁତରଙ୍କୁ ଉଦ୍ଧାର କରିଥିଲେ। ଘଟଣାସ୍ଥଳରେ ପୁଲିସ ତଦନ୍ତ ଆରମ୍ଭ କରିଥିଲା। ଦୁର୍ଘଟଣା ପରେ ବହୁ ସମୟ ଯାଏଁ ଜାତୀୟ ରାଜପଥରେ ଗମନାଗମନ ବାଧାପ୍ରାପ୍ତ ହୋଇଥିଲା।
Comments are closed.