ଆନ୍ଧ୍ରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଚାଲିଗଲା ୫ ଓଡ଼ିଆଙ୍କ ଜୀବନ

ହାଇଦ୍ରାବାଦ: ଆନ୍ଧ୍ରପ୍ରଦେଶର ମଞ୍ଜୁଷା ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିବା ଆଜି ଜଣାପଡ଼ିଛି। ଏକ କାର ଦୁର୍ଘଟଣାଗ୍ରସ୍ତ ହେବା ଫଳରେ ୫ ଜଣ ଓଡ଼ିଆଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ସମସ୍ତ ମୃତାହତ ବ୍ରହ୍ମପୁର ଅଞ୍ଚଳର ବୋଲି ଆନ୍ଧ୍ର ପୁଲିସଠାରୁ ସୂଚନା ମିଳିଛି। ସୀମାଞ୍ଚଳମରେ ଦର୍ଶନ ସାରି ଫେରିବା ବାଟରେ କାରଟି ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା । କେଉଁ ପରିସ୍ଥିତିରେ ଏହି ଦୁର୍ଘଟଣା ଘଟିଛି ତାହା ଜଣାପଡ଼ି ନାହିଁ। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।
Comments are closed.