ଦୁଇ ଗୋଷ୍ଠୀମଧ୍ୟରେ ଗୁଳିକାଣ୍ଡ

ଜଗତସିଂହପୁର: ଜଗତସିଂହପୁର ଜିଲ୍ଲା ବାଲିକୁଦାର ଅଲାଭର ଗାଁରେ ଦୁଇ ଗୋଷ୍ଠୀମଧ୍ୟରେ ଆଜି ରାତି ସମୟରେ ଗୁଳି ଚାଳନା ହୋଇଥିଲା। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏହି ଗୁଳିକାଣ୍ଡ ହୋଇଥିବା ବେଳେ ଗୁଳିମାଡ଼ରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ଗୁରୁତର ଯୁବକଙ୍କୁ ପ୍ରଥମେ ଜଗତସିଂହପୁର ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା। ମାତ୍ର ସେଠାରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି। ବାଲିକୁଦା ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଥିବା ବେଳେ ଉକ୍ତ ଘଟଣାରେ ୨ ଜଣଙ୍କୁ ଅଟକ ରଖି ପଚରାଉଚରା ଜାରି ରଖିଛି।
Comments are closed.