Odisha Link
Bridging the Missing Links in Odisha

ପରଲୋକରେ ପାରଳା ରାଜା

ପାରଳାଖେମୁଣ୍ଡି: ପାରଳାଖେମୁଣ୍ଡି ମହାରାଜା ଗୋପୀନାଥ ଗଜପତିଙ୍କ ପରଲୋକ ହୋଇଛି। ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି।  ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ବୟସ ହୋଇଥିଲା। ଅସୁସ୍ଥତା ଯୋଗୁଁ ଦୀର୍ଘଦିନ ଧରି ସେ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଚିକିତ୍ସାଧିନ ଅବସ୍ଥାରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି। ବ୍ରହ୍ମପୁରରୁ ୨ଥର ଲୋକସଭା ସାଂସଦ ଥିଲେ ପାରଳା ମହାରାଜା । ପାରଳା ମଜାରାଜଙ୍କ ମୃତ୍ୟୁ ନେଇ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି ।
୧୯୪୩ ମସିହା ମାର୍ଚ୍ଚ ୬ ତାରିଖରେ ଜନ୍ମଗ୍ରହଣ କରିଥିଲେ ଗୋପୀନାଥ ଗଜପତି କୃଷ୍ଣଚନ୍ଦ୍ର ଗଜପତିଙ୍କ ଜ୍ୟେଷ୍ଠପୁତ୍ର ରାମଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ପୁତ୍ର ଥିଲେ ଗୋପୀନାଥ ଗଜପତି। ୧୯୬୭ ମସିହା ମାର୍ଚ୍ଚ ୧୪ ତାରିଖରେ ସେ ଧରମପୁରର ରାଜଜେମା ରାଣୀ ପୂର୍ଣ୍ଣ ଦେବୀଙ୍କୁ ବିବାହ କରିଥିଲେ। ତାଙ୍କର ଜଣେ ପୁଅ ଓ ଜଣେ ଝିଅ ଅଛନ୍ତି।
ସେ ବ୍ରହ୍ମପୁର ନିର୍ବାଚନ ମଣ୍ଡଳୀରୁ ବିଜୟୀ ହୋଇ ନବମ ଓ ଦଶମ ଲୋକସଭାର ସାଂସଦ ହୋଇଥିଲେ। ୧୯୭୪ ମସିହା ମେ ୨୬ ତାରିଖରେ ଗୋପୀନାଥ ଗଜପତି ପାରଳାଖେମୁଣ୍ଡିର ‘ରାଜା’ ଭାବେ ଅଭିଷିକ୍ତ ହୋଇଥିଲେ। ପ୍ରଥମେ ସେ ଭାରତୀୟ ଜାତୀୟ କଂଗ୍ରେସର ସଦସ୍ୟ ଥିଲେ। ପରେ ସେ ବିଜେପି ଯୋଗ ଦେଇଥିଲେ। ପରବର୍ତ୍ତୀ ସମୟରେ ସେ ବିଜେପି ଛାଡି ବିଜେଡିରେ ଯୋଗ ଦେଇଥିଲେ।

Comments are closed.