ରାଜ୍ୟ ସଭାପତି ଦାୟିତ୍ଵ ଗ୍ରହଣ କଲେ ସମୀର ମହାନ୍ତି

ଭୁବନେଶ୍ଵର: ଆଜି ରାଜ୍ୟ ବିଜେପି କାର୍ଯ୍ୟାଳୟରେ ବିଜେପିର ନବ ନିର୍ବାଚିତ ରାଜ୍ୟ ସଭାପତି ସମୀର ମହାନ୍ତି ଦାୟିତ୍ଵ ଗ୍ରହଣ କରିଛନ୍ତି। ଆଜି ଭୁବନେଶ୍ଵର ସ୍ଥିତ ରାଜ୍ୟ ବିଜେପି କାର୍ଯ୍ୟାଳୟଠାରେ ଦଳ ପକ୍ଷରୁ ଏକ ସମ୍ବର୍ଦ୍ଧନା ଉତ୍ସବ ଆୟୋଜିତ ହୋଇଥିଲା ଏହି ଉତ୍ସବରେ ସମୀର ମହାନ୍ତିଙ୍କୁ ସମ୍ବର୍ଦ୍ଧନା ଦିଆଯାଇଛି। ଏଥିରେ ପୂର୍ବତନ ସଭାପତି ବସନ୍ତ ପଣ୍ଡା, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ, ବିଜେପିର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ସାଂସଦ ଅପରାଜିତ ଷଡ଼ଙ୍ଗୀ, ବରିଷ୍ଠ ନେତା କନକ ବର୍ଦ୍ଧନ ସିଂହଦେଓ, ବିଜେପିର ରାଷ୍ଟ୍ରୀୟ ସମ୍ପାଦକ ଅରୁଣ ସିଂହ ପ୍ରମୁଖଙ୍କ ସମେତ ଅନ୍ୟ ବରିଷ୍ଠ ନେତାମାନେ ଉପସ୍ଥିତ ରହି ନୂତନ ସଭାପତିଙ୍କୁ ସମ୍ବର୍ଦ୍ଧିତ କରିଥିଲେ।
Comments are closed.