Odisha Link
Bridging the Missing Links in Odisha

ଯୁବକଙ୍କୁ ପଥରରେ ଛେଚି ହତ୍ୟା

ଡେଲାଙ୍ଗ: ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ୍ ଅନ୍ତର୍ଗତ ରେଙ୍ଗଳ ପଞ୍ଚାୟତ ଅଞ୍ଚଳରେ ହତ୍ୟାକାଣ୍ଡ ଘଟିଛି। ବିବାହ ଭୋଜିରେ ଗଣ୍ଡଗୋଳକୁ ନେଇ ଯୁବକକୁ ପଥର ଛେଚି ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ଯୁବକ ଜଣଙ୍କ ହେଲେ କାଶୀନାଥ ମହାପାତ୍ର। ଖବର ପାଇ ଘଟଣାସ୍ଥଳରେ ଡେଲାଙ୍ଗ ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଘଟଣାର ଅଧିକ ତଦନ୍ତ ଜାରି ରଖିଛି ପୋଲିସ। ହତ୍ୟାକାଣ୍ଡ ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଛି।

Comments are closed.