ଆଜି ଶପଥ ନେବେ ସଞ୍ଜୀବ କୁମାର ପାଣିଗ୍ରାହୀ

କଟକ : ଆଜି ଓଡ଼ିଶା ହାଇକୋର୍ଟର ନୂତନ ବିଚାରପତି ଭାବେ ଶପଥ ନେବେ ସଞ୍ଜୀବ କୁମାର ପାଣିଗ୍ରାହୀ। ହାଇକୋର୍ଟ କାର୍ଯ୍ୟକାରୀ ମୁଖ୍ୟବିଚାରପତି ଜଷ୍ଟିସ ସଞ୍ଜୁ ପଣ୍ଡା ଶ୍ରୀ ପାଣିଗ୍ରାହୀଙ୍କୁ ଶପଥ ପାଠ କରାଇବେ।ହାଇକୋର୍ଟର ନୂତନ ସମ୍ମିଳନୀ କକ୍ଷରେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ। ସଞ୍ଜୀବ କୁମାର ପାଣିଗ୍ରାହୀ ସୁପ୍ରିମକୋର୍ଟରେ ଆଇନଜୀବୀ ଭାବେ କାର୍ଯ୍ୟ କରୁଥିଲେ। ଶ୍ରୀ ପାଣିଗ୍ରାହୀଙ୍କୁ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ରାଷ୍ଟ୍ରପତି ନିଯୁକ୍ତି ପ୍ରଦାନ କରିଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା।ଏବେ ହାଇକୋର୍ଟର ବିଚାରପତିଙ୍କ ସଂଖ୍ୟା ୧୩ ଥିବା ବେଳେ ସଞ୍ଜୀବ କୁମାର ପାଣିଗ୍ରାହୀଙ୍କ ଯୋଗ ଦାନ ପରେ ଏହି ସଂଖ୍ୟା ୧୪ ହେବ।
ସୁପ୍ରିମକୋର୍ଟର ତତ୍କାଳୀନ ପ୍ରଧାନବିଚାରପତି ଜଷ୍ଟିସ ରଞ୍ଜନ ଗୋଗୋଇ, ଜଷ୍ଟିସ୍ ଏସ୍.ଏ.ବୋବ୍ଡେ ଓ ଜଷ୍ଟିସ ଏନ୍.ଭି.ରମନାଙ୍କୁ ନେଇ ଗଠିତ କଲେଜିୟମ ଶ୍ରୀ ପାଣିଗ୍ରାହୀଙ୍କ ନାଁ ବିଚାରପତି ପଦ ପାଇଁ ୨୦୧୯, ଅକ୍ଟୋବର ୩ରେ ସୁପାରିସ କରିଥିଲା। ୨୦୧୯, ମେ’ ୭ରେ ଆଇନଜୀବୀ ସଂଜୀବ କୁମାର ପାଣିଗ୍ରାହୀଙ୍କ ସମେତ ୮ ଜଣ ଆଇନଜୀବୀଙ୍କ ନାଁ ଓଡ଼ିଶା ହାଇକୋର୍ଟର ମୁଖ୍ୟବିଚାରପତି ସୁପ୍ରିମକୋର୍ଟଙ୍କ ନିକଟକୁ ପଠାଇଥିଲେ। ଅକ୍ଟୋବର ୩ରେ ସୁପ୍ରିମକୋର୍ଟ କଲେଜିୟମ ଶ୍ରୀ ପାଣିଗ୍ରାହୀଙ୍କ ନାଁ ଗ୍ରହଣ କରି ନିଯୁକ୍ତି ପାଇଁ ସୁପାରିସ କରିଥିଲା। ୨୦୧୯, ଅକ୍ଟୋବର ୩ରେ ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଁ ଶ୍ରୀ ପାଣିଗ୍ରାହୀଙ୍କ ନାଁ ସୁପ୍ରିମକୋର୍ଟ କଲେଜିୟମ ସୁପାରିସ କରିଥିବା ବେଳେ ଗତ ୭ତାରିଖରେ ତାଙ୍କ ନିଯୁକ୍ତି ନେଇ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା।
Comments are closed.