ଅନୁପ ସାଏ ଗିରଫ

ଭୁବନେଶ୍ବର: ବିଜେଡି ନେତା ଅନୁପ ସାଏଙ୍କୁ ବାନ୍ଧିଲା ଛତିଶଗଡ ପୋଲିସ। ହତ୍ୟା ମାମଲାରେ ପୂର୍ବତନ ବିଧାୟକ ଅନୁପଙ୍କୁ ବିଳମ୍ବିତ ରାତ୍ରିରେ ବ୍ରଜରାଜନଗର ସାଇ ମନ୍ଦିରରୁ ଉଠାଇ ନେଇଛି ଛତିଶଗଡ ପୋଲିସ। ୨୦୧୬ ମା’ ଓ ଝିଅ ହତ୍ୟା ମାମଲାରେ ଅନୁପଙ୍କୁ ଛତିଶଗଡ ପୋଲିସ ବାନ୍ଧିଥିବା ଜଣାପଡିଛି। ଅନୁପଙ୍କ ଗିରଫ କରିବା ନେଇ ବ୍ରଜରାଜନଗର ଗାନ୍ଧୀଛକ ଥାନା ପୋଲିସ ସୂଚନା ଦେଇଛି।
ଅନୁପଙ୍କୁ ଗିରଫ ପରେ ଛତିଶଗଡ ଚକ୍ରଧରପୁର ଥାନାରେ ପଚରାଉଚରା କରୁଛି ପୋଲିସ। ଅନୁପଙ୍କ ଗିରଫ ନେଇ ଛତିଶଗଡ ପୋଲିସ ଝାରସୁଗୁଡା ଏସପିଙ୍କୁ ମଧ୍ୟ ସୂଚନା ଦେଇଥିଲେ। ଏହାପୂର୍ବରୁ କଂଗ୍ରେସ ଟିକେଟରୁ ୨୦୦୦ ମସିହାରୁ ହ୍ୟାଟ୍ରିକ ବିଜୟ ହାସଲ କରିଥିଲେ ଅନୁପ। ୨୦୧୪ରେ ବିଜେଡିରେ ମିଶିବା ସହ ନିର୍ବାଚନ ଲଢିଥିଲେ ମଧ୍ୟ ବିଜେପି ପ୍ରାର୍ଥୀ ରାଧାରାଣୀ ପଣ୍ଡାଙ୍କ ଠାରୁ ଅଳ୍ପ ଭୋଟରେ ମାତ୍ ଖାଇଥିଲେ । ତେବେ ୨୦୧୯ରେ ଅନୁପଙ୍କୁ ଆଉ ବିଜେଡି ଟିକେଟରେ ଲଢିବାକୁ ସୁଯୋଗ ମିଳିନଥିଲା।
Comments are closed.