ବିଧାନସଭା ଅଧିବେଶନ ଆରମ୍ଭ, ଅଭିଭାଷଣ ରଖିଲେ ରାଜ୍ୟପାଳ
ଭୁବନେଶ୍ବର: ଷୋଡ଼ଶ ବିଧାନସଭାର ତୃତୀୟ ଅଧିବେଶନ ଆରମ୍ଭ ହୋଇଛି। ଅଧିବେଶନ ଆରମ୍ଭ ଅଭିଭାଷଣ ରଖିଲେ ମହାମହିମ ରାଜ୍ୟପାଳ ପ୍ରଫେସର୍ ଗଣେଶୀ ଲାଲ୍। ଅଭିଭାଷଣ ଆରମ୍ଭରୁ ସହିଦ ଓ ଦିବଙ୍ଗତ ନେତା ବିୟୋଗରେ ଶୋକପ୍ରସ୍ତାବ ଆଗତ କଲେ। ଏହାପରେ ବଜେଟ୍ ଅଭିଭାଷଣରେ, ମୋ ସରକାରକୁ କାର୍ଯ୍ୟକ୍ରମକୁ ପ୍ରଶଂସା କଲେ ରାଜ୍ୟପାଳ। ମୋ ସରକାର ଲୋକଙ୍କ ସୁବିଧା ପାଇଁ ଆରମ୍ଭ ହୋଇଛି। ୫ ଟି ଜରିଆରେ ପ୍ରଶାସନକୁ ଅଧିକ କ୍ରିୟାଶୀଳ କରାଯାଇଛି। ଏହା ଦ୍ୱାରା ରାଜ୍ୟର ବିଭିନ୍ନ ସ୍ୱାସ୍ଥ୍ୟ, ଶିକ୍ଷା କ୍ଷେତ୍ରଭଳି ଦିଗ ଗୁଡ଼ିକରେ ଅଧିକ ପ୍ରଗତି ହୋଇପାରିଛି। କେବଳ ଏତିକି ନୁହେଁ ରାଜ୍ୟ ସରକାରଙ୍କ କାଳିଆ ଯୋଜନାକୁ ମଧ୍ୟ ରାଜ୍ୟପାଳ ପ୍ରଶଂସା କରିଛନ୍ତି। ଆଉ କହିଛନ୍ତି କି, ଚାଷୀଙ୍କ ଆୟ ଅତୀତରେ ଦୁଇ ଗୁଣା ହୋଇଛି। ଛାତ୍ରଛାତ୍ରୀଙ୍କ ପାଇଁ କାଳିଆ ଛାତ୍ର ବୃତ୍ତି ଯୋଜନା ଲାଗୁ ହୋଇଛି।
ସେହିପିରି ଶ୍ରୀଜନ୍ନାଥ ସଂସ୍କୃତିର ପ୍ରଚାର ପ୍ରସାର ପାଇଁ ମୋ ସରକାର ଫୋକସ ଦେଉଛନ୍ତି। ଶ୍ରୀମନ୍ଦିର ବିକାଶ ପାଇଁ ସରକାର ଗୁରୁତ୍ୱ ଦେଉଛନ୍ତି। ଯାହାର ଝଲକ ନିକଟରେ ହୋଇଥିବା ଶ୍ରୀମନ୍ଦିରର ବିଭିନ୍ନ ସୌନ୍ଦର୍ଯ୍ୟକରଣ କାର୍ଯ୍ୟରୁ ଦେଖିବାକୁ ମିଳିଛି । ଠିକ୍ ସେହିପରି ଶ୍ରୀ ଲିଙ୍ଗରାଜ ମନ୍ଦିର ବିକାଶ ପାଇଁ ପଦକ୍ଷେପ ନେଉଛନ୍ତି ସରକାର। ଅନ୍ୟପଟେ ରାଜ୍ୟରେ ଦାରିଦ୍ର୍ୟ ଦୂର କରିବାକୁ ପଦକ୍ଷେପ ନିଆଯାଇଛି। ଉଠା ଜଳସେଚନ ଜରିଆରେ ଚାଷୀଙ୍କୁ ଜଳଯୋଗାଣ ଦିଗକୁ ଅଧିକ ଗୁରୁତ୍ୱ ଦିଆଯାଇଛି।
Comments are closed.