Odisha Link
Bridging the Missing Links in Odisha

ଓଡ଼ିଶା ବଜେଟ: ସ୍ୱାସ୍ଥ୍ୟ କ୍ଷେତ୍ର ପାଇଁ ୭,୭୦୦ କୋଟି

ଭୁବନେଶ୍ବର: ଆଜି ଅପରାହ୍ନରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବିଧାନସଭାରେ ୨୦୨୦-୨୦୨୧ ବର୍ଷ ପାଇଁ ବଜେଟ ଉପସ୍ଥାପନା କରିଛନ୍ତି। ସ୍ୱାସ୍ଥ୍ୟ କ୍ଷେତ୍ରରେ ବଜେଟ୍ ବ୍ୟୟ ବରାଦ ୫ ବର୍ଷରେ ୨ ଗୁଣା ହୋଇଛି। ୨୦୨୦-୨୧ ବର୍ଷ ପାଇଁ ୭,୭୦୦ କୋଟି ଟଙ୍କା ସ୍ୱାସ୍ଥ୍ୟ କ୍ଷେତ୍ରରେ ବ୍ୟୟବରାଦ ହୋଇଛି।

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ପାଇଁ ୧,୧୦୮ କୋଟିର ବ୍ୟୟ ବରାଦ ହୋଇଛି। ସେହିପରି ଭିତ୍ତିଭୂମି ସୁଦୃଢୀକରଣ ପାଇଁ ୫୭୮ କୋଟି ଟଙ୍କା ବ୍ୟୟ ବରାଦ ହୋଇଛି। ଜାତୀୟ ସ୍ୱାସ୍ଥ୍ୟ ମିଶନ ପାଇଁ ୧,୬୫୨ କୋଟି ଟଙ୍କା ବ୍ୟୟ ବରାଦ ହୋଇଛି। ଏହା ସହ ଏସସିବିକୁ ଏମସ ପ୍ଲସରେ ପରିଣତ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି। ଏହି ଲକ୍ଷ୍ୟ ପାଇଁ ୨ ବର୍ଷରେ ୧ ହଜାର କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ ହେବା ନେଇ ଆକଳନ କରାଯାଇଛି । ମମତା ଯୋଜନା ପାଇଁ ୩୦୫ କୋଟି ଟଙ୍କା ବ୍ୟୟବରାଦ ହୋଇଛି। ମିଶନ ଶକ୍ତି ପାଇଁ ୩୧୬ କୋଟି ଟଙ୍କାର ବ୍ୟୟବରାଦ ହୋଇଛି।

Comments are closed.