୪ ଦିନ ଯାଏଁ ବର୍ଷା ସମ୍ଭାବନା

ଭୁବନେଶ୍ବର : ଆସନ୍ତା ୪ ଦିନ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି। ଆସନ୍ତା ଦୁଇ ସପ୍ତାହ ପର୍ଯ୍ୟନ୍ତ ପାଗରେ ସାମାନ୍ୟ ପରିବର୍ତନ ଆସି ଫେବୃଆରୀ ୨୩ରୁ ୨୬ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ବର୍ଷା ହେବ। ୨୪ରୁ ୨୬ ତାରିଖ ପର୍ଯ୍ୟନ୍ତ ସାରା ଓଡ଼ିଶା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମୁତାବକ, ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବ। ୨୩ ରୁ ୨୬ ତାରିଖ ପର୍ଯ୍ୟନ୍ତ କେତେକ ସ୍ଥାନରେ ଝଡ଼ ତୋଫାନ ଓ ବଜ୍ରପାତ ସହ ବର୍ଷା ହେବ। ୨୩ ତାରିଖ ଅପରାହ୍ନଠାରୁ ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜରେ ବଜ୍ରପାତ ସହ ହାଲୁକା ବର୍ଷା ହୋଇପାରେ। ୨୪ ତାରିଖରେ ଉପରୋକ୍ତ ଜିଲ୍ଲା ସମେତ ଖୋର୍ଦ୍ଧା, ପୁରୀ, ନୟାଗଡ଼ ଏବଂ ୨୫ ଓ ୨୬ ତାରିଖରେ ଉପକୂଳ ଏବଂ ଉତ୍ତର ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି।
Comments are closed.