Odisha Link
Bridging the Missing Links in Odisha

ମାର୍ଚ୍ଚ ୨୬ରେ ରାଜ୍ୟସଭା ନିର୍ବାଚନ

ଭୁବନେଶ୍ବର:  ୧୭ଟି ରାଜ୍ୟର ୫୫ଟି ଆସନ ପାଇଁ ଆସନ୍ତା ମାର୍ଚ୍ଚ ୨୬ ତାରିଖରେ ଭୋଟ୍ ଗ୍ରହଣ କରାଯିବ ବୋଲି ଜଣାଯାଇଛି। ପ୍ରାପ୍ତ ସୂଚନା ଅନୁସାରେ, ମାର୍ଚ୍ଚ ୨୬ ତାରିଖରେ ଏଥିନେଇ ବିଧିବଦ୍ଧଭାବେ ବିଜ୍ଞପ୍ତି ପ୍ରକାଶ ପାଇବ।  ମାର୍ଚ୍ଚ ୧୩ ତାରିଖ ହେଉଛି ପ୍ରାର୍ଥୀପତ୍ର ଦାଖଲର ଶେଷ ଦିନ। ଆବଶ୍ୟକସ୍ଥଳେ ଆସନ୍ତା ମାର୍ଚ୍ଚ ୨୬ ତାରିଖରେ ଭୋଟ୍ ଗ୍ରହଣ କରାଯିବ ଏବଂ ଫଳାଫଳ ଘୋଷଣା କରାଯିବ। ମାର୍ଚ୍ଚ ୩୦ ସୁଦ୍ଧା ରାଜ୍ୟସଭା ନିର୍ବାଚନ ପ୍ରକ୍ରିୟା ଶେଷ ହେବ ବୋଲି ଜଣାଯାଇଛି।

ସୂଚନାଯୋଗ୍ୟ, ଲୋକସଭା ସାଂସଦ ହେବା ପରେ ଅନୁଭବ ମହାନ୍ତିଙ୍କ ରାଜ୍ୟସଭା ଆସନ ଖାଲିପଡ଼ିଛି। ଏଣେ ବିଜେଡି ନେତା ନରେନ୍ଦ୍ର କୁମାର ସ୍ୱାଇଁ , ସରୋଜିନୀ ହେମ୍ରମ୍ ଏବଂ କଂଗ୍ରେସ ନେତା ରଞ୍ଜୀବ ବିଶ୍ୱାଳ ଅବସର ନେଉଥିବାରୁ ଓଡ଼ିଶାର ୪ଟି ଆସନ ପାଇଁ  ଏହି ନିର୍ବାଚନ ହେଉଛି।

ମିଳିଥିବା ସୂଚନା ଅନୁସାରେ, ଗତବର୍ଷ ଜୁନ୍ ମାସରେ ବିଜୁ ଜନତା ଦଳର ଦୁଇ ରାଜ୍ୟସଭା ପ୍ରାର୍ଥୀ ଅମର ପଟ୍ଟନାୟକ ଓ ସସ୍ମିତ ପାତ୍ର ନିର୍ବାଚିତ ହୋଇଥିଲେ। ଠିକ୍ ସେହିପରି ବିଜେଡି ସମର୍ଥିତ ବିଜେପି ପ୍ରାର୍ଥୀ ଅଶ୍ବିନୀ ବୈଷ୍ଣବ ବି ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହୋଇଥିଲେ।

ଏଥର ରାଜ୍ୟସଭା ନିର୍ବାଚନରେ ବିଜେଡିର ତିନି ଜଣ ପ୍ରାର୍ଥୀ ନିର୍ବାଚିତ ହେବାରେ କିଛି ଅସୁବିଧା ନାହିଁ। କିନ୍ତୁ ଆରଜଣକ କିଏ ରାଜ୍ୟସଭାକୁ ଯିବେ ତା’କୁ ନେଇ ଚର୍ଚ୍ଚା ଲାଗି ରହିଛି। ଇତିମଧ୍ୟରେ ବିଜେଡି ପକ୍ଷରୁ ରାଜ୍ୟସଭା ନିର୍ବାଚନ ପାଇଁ ଆଶାୟୀମାନଙ୍କ ମଧ୍ୟରେ ଉତ୍ସାହ ପରିଲକ୍ଷିତ ହେଲାଣି।

Comments are closed.