ମନ୍ତ୍ରୀ ଓ ଅଫିସରଙ୍କୁ ବିଦେଶ ନଯିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର: ଚୀନରୁ ସୃଷ୍ଟି ହୋଇଥିବା କରୋନା ଭାଇରସ ଦିନକୁ ଦିନ ସାରା ବିଶ୍ୱରେ କାୟା ମେଲାଇ ଚାଲିଛି। ଓଡ଼ିଶାରେ ବି ଏହାକୁ ନେଇ ଏକ ଭୟର ବାତାବରଣ ସୃଷ୍ଟି ହୋଇଛି। ଏନେଇ ଓଡ଼ିଶାର ମନ୍ତ୍ରୀ ଓ ଅଫିସରଙ୍କ ବିଦେଶ ଗସ୍ତ ଉପରେ ରୋକ ଲଗାଯାଇଛି। ମନ୍ତ୍ରୀ ଓ ଅଫିସରଙ୍କୁ ବିଦେଶ ନଯିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଆଜି ଲୋକସେବା ଭବନରେ କରୋନା ମୁକାବିଲା ସମ୍ପର୍କିତ ଏକ ଉଚ୍ଚସ୍ତରୀୟ ବୈଠକରେ ମୁଖ୍ୟମନ୍ତ୍ରୀ ଏହି ନିର୍ଦ୍ଦେଶ ଦେଇଛନ୍ତି ।
ଏହାଛଡ଼ା ମୁଖ୍ୟମନ୍ତ୍ରୀ ନିମ୍ନୋକ୍ତ ନିର୍ଦ୍ଦେଶ ଦେଇଛନ୍ତି।…. ବାୟୋମେଟ୍ରିକ ଉପସ୍ଥାନ ବ୍ୟବସ୍ଥା କୋହଳ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।, ପର୍ଯ୍ୟାପ୍ତ ପରିମାଣର ମାସ୍କ ୯ ମାସ ଯାଏଁ ମହଜୁଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଘରୋଇ ମେଡିକାଲରେ ଆଇସୋଲେସନ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶଦେଇଛନ୍ତି।, ଲୋକଙ୍କ ମଧ୍ୟରେ ବ୍ୟାପକ ସଚେତନତା ସୃଷ୍ଟି କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।, ପଞ୍ଚାୟତିରାଜ, ନଗର ଉନ୍ନୟନ ଓ ଏସଏଚଜିକୁ ସଚେତନତା ସୃଷ୍ଟି ପାଇଁ ନିର୍ଦ୍ଦେଶ ଦେଇଛନ୍ତି।, ପଞ୍ଚାୟତ ଓ ପଞ୍ଚାୟତ ସମିତିରେ ସଭା କରି ସଚେତନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।, ସ୍କୁଲ ଚଟାଣ, ଟେବୁଲ ଓ ଡୋର ଡ୍ୟାଣ୍ଡେଲ ବିଶୋଧନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।, ଦେହ ଖରାପ ଥିଲେ ପିଲାଙ୍କୁ ସ୍କୁଲ ନଆସିବା ପାଇଁ କହିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।, ସହରର ମୁଖ୍ୟ ରାସ୍ତାରେ ସଚେତନଧର୍ମୀ ହୋର୍ଡିଂ ଓ ବ୍ୟାନର ଲଗାଇବାକୁ ନିର୍ଦ୍ଦେଶ ଦେଇଛନ୍ତି।, ରାଜ୍ୟ ଓ ଜିଲ୍ଲାସ୍ତରରେ ମୁଖ୍ୟ ଶାସନ ସଚିବ ଓ ଜିଲ୍ଲାପାଳଙ୍କୁ ସମୀକ୍ଷା କରିବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଆଜିର ଏହି ସମୀକ୍ଷା ବୈଠକରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସ୍କୁଲର ଓ ଗଣଶିକ୍ଷା ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।
Comments are closed.