Odisha Link
Bridging the Missing Links in Odisha

୪ ମାସର ଅଗ୍ରୀମ ଭତ୍ତା ଦେବେ ଓଡ଼ିଶା ସରକାର

ଭୁବନେଶ୍ବର: କରୋନା ଭାଇରସ୍‌ର ଭୟାବହତାକୁ ଦେଖି ବିଧବା, ବୃଦ୍ଧ ଓ ଦିବ୍ୟାଙ୍ଗମାନଙ୍କୁ ୪ ମାସର ଭତ୍ତା ଆଗୁଆ ଦିଆଯିବ ବୋଲି ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏପ୍ରିଲ, ମେ’, ଜୁନ୍‌ ଓ ଜୁଲାଇ ମାସ ପାଇଁ ଏକକାଳୀନ ଭତ୍ତା ମିଳିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।

ସାମାଜିକ ନିରାପତ୍ତା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଏ ନେଇ ସୂଚନା ଦେଇଛନ୍ତି। ରାଜ୍ୟରେ ପ୍ରାୟ ୨୮ ଲକ୍ଷ ଲୋକ ମଧୁବାବୁ ପେନ୍‌ସନ୍‌ ଯୋଜନାରେ ଭତ୍ତା ପାଉଥିବା ବେଳେ ସମାନ ସଂଖ୍ୟକ ଲୋକ ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମରେ ଭତ୍ତା ପାଉଛନ୍ତି।

କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏ ସମସ୍ତଙ୍କୁ ଆଗୁଆ ଭତ୍ତା ଦେବାପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି।

Comments are closed.