Odisha Link
Bridging the Missing Links in Odisha

କରୋନା: କାଲିଠୁ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ, ଜାରି ରହିବ ନୀତିକାନ୍ତି

ପୁରୀ: କରୋନା ପାଇଁ କାଲିଠୁ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। ଦର୍ଶନ ବନ୍ଦ ରହିଲେ ମଧ୍ୟ ପୂର୍ବ ଭଳି ମହାପ୍ରଭୁଙ୍କ ସମସ୍ତ ନୀତିକାନ୍ତି ଚାଲୁ ରହିବ। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ କରିବା ପାଇଁ ନିଷ୍ପତି ନେଇଛନ୍ତି ପୁରୀ ଜିଲ୍ଲା ପ୍ରଶାସନ। ମାତ୍ର ସେବାୟତମାନେ ଶ୍ରୀମନ୍ଦିରରେ ସମସ୍ତ ନୀତିକାନ୍ତି କରିବେ।

ଜିଲ୍ଲାପାଳଙ୍କ ନିର୍ଦ୍ଦେଶ ପରେ ଆସନ୍ତା କାଲିଠୁ ସାଧାରଣ ଭକ୍ତଙ୍କ ପାଇଁ ଦର୍ଶନକୁ ବନ୍ଦ ରଖାଯିବ। ସେବାୟତଙ୍କ ସହ ଜିଲ୍ଲାପାଳ ଆଲୋଚନା କରିବା ପରେ ଏହି ନିଷ୍ପତ୍ତି ନିଆଯାଇଛି। ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ରାମଚନ୍ଦ୍ର ଦାସମହାପାତ୍ର ଏନେଇ ସୂଚନା ଦେଇଛନ୍ତି ।

Comments are closed.