ଭଲ ଖବର: ରାଜ୍ୟରେ ସୁସ୍ଥ ହେଲେ ୧୦ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟ ପାଇଁ ଖୁସି ଖବର। ଆଜି ରାଜ୍ୟର ୧୦ ଜଣ କରୋନା ପଜିଟିଭ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ ରାଜ୍ୟରେ ୧୨ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ୧୦ ଜଣ ଆକ୍ରାନ୍ତଙ୍କ ମଧ୍ୟରେ ଭୁବନେଶ୍ବରର ୫ଜଣ ସୁସ୍ଥ ହୋଇଥିବା ବେଳେ। ଭଦ୍ରକରେ ୨ଜଣ ଏବଂ ଯାଜପୁର, କଟକ ଓ ପୁରୀର ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହା ପୂର୍ବରୁ ରାଜ୍ୟରେ ୨ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିଲେ।
ଏଥିସହିତ କରୋନା ଆକ୍ରାନ୍ତଙ୍କ ଚିକିତ୍ସା କରୁଥିବା ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀଙ୍କୁ ଶୁଭେଚ୍ଛା ଜଣାଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ।
Very happy to share that another 10 COVID patients have RECOVERED and tested negative for COVID-19.
5 are of Bhubaneswar, two of Bhadrak and one each of Cuttack, Jajpur and Puri. Congratulations to the doctors and others who treated them.
— H & FW Dept Odisha (@HFWOdisha) April 10, 2020
ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୪୮। ସେମଧ୍ୟରୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୨ ଜଣ ସୁସ୍ଥ ହୋଇଛନ୍ତି। ଫଳରେ ଏବେ ରାଜ୍ୟରେ ୩୫ ଜଣ କରୋନା କରୋନା ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରହିଛି ।
Comments are closed.