Odisha Link
Bridging the Missing Links in Odisha

କରୋନା: ଭାରତରେ ୪୦୦ ଟପିଲା ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ: ଦେଶରେ ଦିନକୁ ଦିନ ମହାମାରୀ କରୋନା କାୟା ବିସ୍ତାର କରିବାରେ ଲାଗିଛି। ଯାହା ଦେଶ ପାଇଁ ଚିନ୍ତାର ବିଷୟ ପାଲଟିଛି। ଆଜି ସକାଳ ୮ଟା ସୁଦ୍ଧା ଦେଶରେ ୧୨, ୩୮୦ ଜଣ କରୋନାରେ ଆକ୍ରାନ୍ତ ହୋଇଥିବା ବେଳେ ୪୧୪ ଜଣଙ୍କ ମୃତ୍ୟୁ ଘଟିଛି। ଅନ୍ୟପଟେ ୧୪୮୮ ଜଣ ଏହି ମହାମାରୀ କବଳରୁ ସୁସ୍ଥ ହୋଇ ଫେରିଛନ୍ତି। ଏନେଇ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରତିଦିନ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି।

ଗୁରୁତ୍ୱପୂର୍ଣ୍ଣ କଥା ହେଲା ଯେ, କରୋନାକୁ ରୋକିବାକୁ ସରକାର ଅନେକ ପଦକ୍ଷେପ ନେଉଥିବା ପରେ ବି ମୃତକଙ୍କ ସଂଖ୍ୟା ବଢିଛି। ତେବେ ଭୂତାଣୁକୁ ରୋକିବାକୁ ହେଲେ ଘରେ ସତର୍କ ରହିବା ସହ ବାହାରକୁ ନବାହାରିବା ପାଇଁ ସରକାରଙ୍କ ପକ୍ଷରୁ ପରାମର୍ଶ ଦିଆଯାଉଛି। କେବଳ ଦେଶରେ ନୁହେଁ ବରଂ ସାରା ବିଶ୍ୱରେ ମୃତକଙ୍କ ସଂଖ୍ୟା ଓ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏପରିକି କରୋନ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଁ ସାରା ଦେଶ ୩ ମେ’ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

ମହାମାରୀ କରୋନା ପାଇଁ ମହାରାଷ୍ଟ୍ରରେ ସ୍ଥିତି ଚିନ୍ତାଜନକ। ଏପରିକି କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟାରେ ଦେଶରେ ସବୁଠୁ ଆଗରେ ରହିଛି ମହାରାଷ୍ଟ୍ର। ଏହି ରାଜ୍ୟରେ ୨୯୧୬ ଜଣ ଆକ୍ରାନ୍ତ ହୋଇଥିବା ବେଳେ ୧୮୭ ଜଣଙ୍କର ମୃତ୍ୟୁ ହେଲାଣି। ଅପରପକ୍ଷେ ୨୯୫ ଜଣ ସୁସ୍ଥ ହୋଇଛନ୍ତି।

Comments are closed.