କରୋନା: ଭଦ୍ରକରୁ ଆଉ ଜଣେ ଆକ୍ରାନ୍ତ ଚିହ୍ନଟ, ରାଜ୍ୟରେ ମୋଟ ୯୦
ଭୁବନେଶ୍ବର: ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତ ସଂଖ୍ୟା ୯୦ରେ ପହଁଞ୍ଚିଛି। ଆକ୍ରାନ୍ତ ଜଣକ ଭଦ୍ରକ ଜିଲ୍ଲାର ବୋଲି ସୂଚନା ରହିଛି। ଫଳରେ ଏହାକୁ ମିଶାଇ ଭଦ୍ରକ ଜିଲ୍ଲାରେ ୧୨ରେ ପହଁଞ୍ଚିଛି ଆକ୍ରାନ୍ତଙ୍କ ସଂଖ୍ୟା। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେସାଇଟରୁ ଏହି ତଥ୍ୟ ମିଳିଛି।
ଆକ୍ରାନ୍ତ ଜଣକ ପଶ୍ଚିମବଙ୍ଗ ଫେରନ୍ତା ଜଣେ ୪୦ ବର୍ଷୀୟ ପୁରୁଷ। ଜିଲ୍ଲା ପ୍ରଶାସନର ସୂଚନା ଅନୁଯାୟୀ, ଆକ୍ରାନ୍ତଙ୍କ ଘର ବାସୁଦେବପୁର ବ୍ଲକ ଅଞ୍ଚଳରେ ଓ ଏହା ଦ୍ବାରା ବାସୁଦେବପୁର ବ୍ଲକରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୭ରେ ପହଞ୍ଚିଛି।
First Health Update, 24th April, 2020 #Covid19
One New Positive case in Bhadrak
40 Years Male.
(West Bengal Returnee)Contact tracing and followup action is being done.
Total no of Positive Cases: 90
— I & PR Department, Odisha (@IPR_Odisha) April 24, 2020
ରାଜ୍ୟରେ ଏଯାବତ୍ ୯୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମଧ୍ୟ୍ୟରୁ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆଉ ୫୬ ଜଣ ଆକ୍ରାନ୍ତ ରାଜ୍ୟର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।
ଗତକାଲି ରାଜ୍ୟରେ ୬ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ବିଗତ କିଛି ଦିନରେ ରାଜ୍ୟରେ କ୍ରମାଗତ ଭାବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଯାହା ରାଜ୍ୟ ସରକାରଙ୍କୁ ଚିନ୍ତାରେ ପକାଇଛି।
Comments are closed.