କରୋନା: ଆଉ ୧୪ ଆକ୍ରାନ୍ତ ଚିହ୍ନଟ, ମୋଟ ୨୮୪
ଭୁବନେଶ୍ବର: ରାଜ୍ୟରେ ଆଉ ୧୪ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୮୪ରେ ପହଁଞ୍ଚିଛି। ରାଜ୍ୟରେ ବର୍ତ୍ତମାନ ୫୬,୩୨୨ଟି ସ୍ୟାମ୍ପୁଲ ଟେଷ୍ଟ କରାଯାଇଛି।
ଚିହ୍ନଟ ହୋଇଥିବା ୧୪ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମରୁ ୧୨ ଜଣ, ସୁନ୍ଦରଗଡ଼ରୁ ଜଣେ ଓ ଭଦ୍ରକ ଜିଲ୍ଲାରୁ ଜଣେ ନୂଆ ଆକ୍ରାନ୍ତ ଅଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବସାଇଟରୂ ସୂଚନା ମିଳିଛି। ଗଞ୍ଜାମରେ ବର୍ତ୍ତମାନ ୮୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାହା ସମଗ୍ର ରାଜ୍ୟରେ ସର୍ବାଧିକ ଅଟେ।
ସେହିପରି ସୁନ୍ଦରଗଡ଼ରେ ଆକ୍ରାନ୍ତଙ୍କ ସଂଖ୍ୟାରେ ୧୩ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୭ଜଣ ଚିକିତ୍ସାଧୀନ ଥିବାବେଳେ ୬ ଜଣ ସୁସ୍ଥ ହୋଇଛନ୍ତି। ଭଦ୍ରକରେ ଆକ୍ରାନ୍ତଙ୍କ ସଂଖ୍ୟା ୨୫ରେ ପହଞ୍ଚିଛି। ୧୨ଜଣ ସୁସ୍ଥ ହୋଇଥିବାବେଳେ ୧୩ଜଣ ଆକ୍ରାନ୍ତ ଏବେ ଚିକିତ୍ସାଧୀନ ଅଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ରାଜ୍ୟରେ ବର୍ତ୍ତମାନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୮୪ରେ ପହଁଞ୍ଚିଛି। ୨ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୬୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଅପରପକ୍ଷେ ୨୧୯ ଜଣ ଆକ୍ରାନ୍ତ ରାଜ୍ୟର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।
Comments are closed.