କରୋନା: ଗଞ୍ଜାମରୁ ଆଉ ଜଣେ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।ଫଳରେ ରାଜ୍ୟରେ ଆଜି ଦିନକରେ ଏବେ ସୁଦ୍ଧା ୧୮ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଫଳରେ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୮୮କୁ ବୃଦ୍ଧି ପାଇଛି।
ଚିହ୍ନଟ ହୋଇଥିବା ଆକ୍ରାନ୍ତ ଜଣକ ୨୬ବର୍ଷୀୟ ଯୁବକ ଏବଂ ସେ ଗଞ୍ଜାମ ଜିଲ୍ଳାର। ଆକ୍ରାନ୍ତ ଜଣକ ସୁରତ ଫେରନ୍ତା ବୋଲି ସ୍ପଷ୍ଟ କରିଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ଏଥିସହ ଗଞ୍ଜାମରେ ଆକ୍ରାନ୍ତଙ୍କ ସଂଖ୍ୟା ୮୪ରେ ପହଞ୍ଚିଛି।
ବର୍ତ୍ତମାନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୮୮ ଥିବା ବେଳେ ସେମାନଙ୍କ ମଧ୍ୟରୁ ୬୩ଜଣ ସୁସ୍ଥ ହୋଇଛନ୍ତି ଓ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି। ଅପରପକ୍ଷେ ୨୨୩ଜଣ ରାଜ୍ୟର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସା ହେଉଛନ୍ତି।
4th Health Update, 9th May
One positive in Ganjam
26 yr Male
(Surat returnee. In quarantine)Contact tracing and follow-up action is being done.
Total Positive Case: 288
— I & PR Department, Odisha (@IPR_Odisha) May 9, 2020
Comments are closed.