ଆଉ ୧୦୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ଆଜି ସକାଳୁ ରାଜ୍ୟରେ ଆଉ ୧୦୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ଆକ୍ରାନ୍ତଙ୍କ ସଂଖ୍ୟା ୫୩୮ରେ ପହଁଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବସାଇଟରୁ ପ୍ରକାଶ ପାଇଛି।
ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମରୁ ୫୨, ବାଲେଶ୍ବରରୁ ୩୩, କେନ୍ଦୁଝରରୁ ୨ ଏବଂ ଯାଜପୁର ଓ ସୁନ୍ଦରଗଡ଼ରୁ ୭ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ରାଜ୍ୟରେ ବର୍ତ୍ତମାନ୫୩୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେ ମଧ୍ୟରୁ ୩ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୧୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୪୧୯ ଜଣ କରୋନା ଆକ୍ରାନ୍ତ ରାଜ୍ୟର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଚନ୍ତି।
Comments are closed.