Odisha Link
Bridging the Missing Links in Odisha

ସୁସ୍ଥ ହେଲେ ଆଉ ୨୭ କରୋନା ଆକ୍ରାନ୍ତ

ଭୁବନେଶ୍ବର: ରାଜ୍ୟରେ ସୁସ୍ଥ ହେଲେ ଆଉ ୨୭ କରୋନା ଆକ୍ରାନ୍ତ। ଫଳରେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ୧୪୩ରେ ପହଁଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ବାଲେଶ୍ବରରୁ ୯ଜଣ, ଭୁବନେଶ୍ବରରୁ ୮ଜଣ, ଭଦ୍ରକରୁ ୪ଜଣ, ଗଞ୍ଜାମ ଓ ସୁନ୍ଦରଗଡ଼ରୁ ୨ଜଣ ଲେଖାଏଁ ସୁସ୍ଥ ହୋଇଥିବା ବେଳେ କୋରାପୁଟ ଓ କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ରହିଛି।

ବର୍ତ୍ତମାନ ରାଜ୍ୟରେ ୫୩୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମଧ୍ୟରୁ ୩ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୪୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ୩୯୨ ଜଣ କରୋନା ଆକ୍ରାନ୍ତ ରାଜ୍ୟର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

Comments are closed.