୨୪ ଘଣ୍ଟାରେ ୩୫୨୫ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ମହାମାରୀ କରୋନା ଭାଇରସ୍ ଭାରତରେ ଦିନକୁ ଦିନ ଅଧିକରୁ ଅଧିକ କାୟା ବିସ୍ତାର କରିବାରେ ଲାଗିଛି। ବିଗତ କିଛି ଦିନ ହେବ ଦେଶରେ ହୁ ହୁ ହୋଇ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାରି ମଧ୍ୟରେ ଭାରତରେ ୭୪ ହଜାର ପାର କଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ବିଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ନୂଆ ୩୫୨୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ୧୨୨ ଜଣ ଲୋକଙ୍କ ମୃତ୍ୟୁ ହୋଇଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ଆଜି ସକାଳ ୮ଟା ସୁଦ୍ଧା ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୪,୨୮୧ରେ ପହଁଞ୍ଚିଛି। ସେମଧ୍ୟରୁ ୨୪୧୫ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏଥିସହିତ ୪୭,୪୮୦ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି। ଅପରପକ୍ଷେ ଏପର୍ଯ୍ୟନ୍ତ ୨୪,୩୮୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ଦେଶରେ ସୁସ୍ଥ ଆକ୍ରାନଙ୍କ ହାର ୩୨.୮୨ ପ୍ରତିଶତରେ ପହଁଞ୍ଚିଛି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।
ଦେଶରେ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ବିଗତ କିଛି ଦିନ ହେବ ମୃତକଙ୍କ ସଂଖ୍ୟା ଓ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଯାହା ଦେଶ ପାଇଁ ଚିନ୍ତାର କାରଣ। ଏହାକୁ ନଜରରେ ରଖି ଗତକାଲି ଦେଶବାସୀଙ୍କୁ ସମ୍ବୋଧିତ କରି ଲକ୍ଡାଉନ୍ ୪ ଲାଗୁ ହେବା ନେଇ କହିଥିଲେ ଏବଂ ଦେଶବାସୀଙ୍କ ପାଇଁ ୨୦ ଲକ୍ଷ କୋଟି ଟଙ୍କା ଆର୍ଥିକ ପ୍ୟାକେଜ ଘୋଷଣା କରିଛନ୍ତି ମୋଦି।
Comments are closed.