ଆଉ ୪୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଆଜି ସକାଳୁ ସକାଳୁ ଆଉ ୪୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୭୨ରେ ପହଁଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ରହିଛି।
ଆଜି ଚିହ୍ନଟ ହୋଇଥିବା ୪୮ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମ ଓ ବାଲେଶ୍ବରରୁ ୧୨ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ପୁରୀରୁ ୧୦ ଜଣ, ଭଦ୍ରକରୁ ୬ଜଣ ଚିହ୍ନଟ ହୋଇଥିବା ବେଳେ ନୟାଗଡ଼ ଜିଲ୍ଲାରୁ ଆଉ ୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସେହିପରି ଯାଜପୁରରୁ ୨ଜଣ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼, କଟକ, ଦେବଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ରାଜ୍ୟରେ ବର୍ତ୍ତମାନ ୬୭୨ରେ ପହଁଞ୍ଚିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ସେମଧ୍ୟରୁ ୩ଜଣ ମୃତ୍ୟ ବରଣ କରିଥିବା ବେଳେ ୧୫୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୫୧୧ ଜଣ କରୋନା ଆକ୍ରାନ୍ତ ରାଜ୍ୟର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହୋଇଛନ୍ତି।
Comments are closed.