ଓଡ଼ିଶାରେ କରୋନା: ଆଉ ୮ ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର: ରାଜ୍ୟରେ ସୁସ୍ଥ ହେଲେ ଆଉ ୮ କରୋନା ଆକ୍ରାନ୍ତ। ଫଳରେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ୧୬୬ରେ ପହଁଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି।
ଆଜି ସୁସ୍ଥ ହୋଇଥିବା ୮ ଆକ୍ରାନ୍ତଙ୍କ ମଧ୍ୟରୁ ୪ଜଣ ଯାଜପୁରର ହୋଇଥିବା ବେଳେ ୨ଜଣ ଭଦ୍ରକର ଏବଂ ବାଲେଶ୍ବର ଓ କେନ୍ଦୁଝରରୁ ଜଣେ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଲରେ ରାଜ୍ୟରେ ୧୬୬ରେ ପହଁଞ୍ଚିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତକାଲି ମଧ୍ୟ ରାଜ୍ୟର ଯାଜପୁର ଜିଳ୍ଲାର ୧୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିଲେ।
ରାଜ୍ୟରେ ବର୍ତ୍ତମାନ ୬୭୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେ ମଧ୍ୟରୁ ୫୦୩ ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି। ଏବଂ ସମସ୍ତେ ରାଜ୍ୟର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସେହିପରି ୩ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୬୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।
Another 8 patients have recovered from COVID-19 and are being discharged.
4 are from Jajpur
2 from Bhadrak and
1 each from Balasore and KeonjharThe number of recovered cases of Odisha now stands at 166.
— H & FW Dept Odisha (@HFWOdisha) May 15, 2020
Comments are closed.