କରୋନା: ରାଜ୍ୟରେ ୧୧ଶହ ଡେଇଁଲା ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ ମହାମାରୀ କରୋନା ଭାଇରସ୍ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଆଜି ରାଜ୍ୟରେ ଆଉ ୫୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ୧୧୦୩ରେ ପହଁଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା। ଏଥିସହିତ ରାଜ୍ୟରେ ଆଉ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଫଳରେ କରୋନା ଜନିତ ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି ପାଇଛି।
ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମରୁ ୪, ଯାଜପୁରରୁ ୫, କଟକରୁ ୯, ପୁରୀରୁ ୧, ଜଗତସିଂହପୁର ୨, ନୟାଗଡ଼ରୁ ୧୧, ଅନୁଗୁଳରୁ ୨, ମୟୂରଭଞ୍ଜରୁ ୩, କାଲାହାଣ୍ଡିରୁ ୧୧, ସମ୍ବଲପୁରରୁ ୨ ଏବଂ ମାଲକାନଗିରି ରୁ ୧ ଜଣେ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି।
ରାଜ୍ୟରେ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୧୦୩କୁ ବୃଦ୍ଧି ପାଇଛି। ଏମାନଙ୍କ ମଧ୍ୟରୁ ୭୫୩ ଜଣ ଚିକିତ୍ସାଧୀନ ଥିବାବେଳେ ୩୪୩ ଜଣ ସୁସ୍ଥ ହୋଇଛନ୍ତି। ତେବେ ୭ଜଣଙ୍କ ମୃତ୍ୟୁ ଘଟିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
Comments are closed.