କରୋନା: ରାଜ୍ୟରେ ଆଉ ୧୭୦ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ କ୍ରମାଗତ ଭାବେ ଦିନକୁ ଦିନ କରୋନା ସଂକ୍ରମଣ ବ୍ୟାପିବାରେ ଲାଗିଛି। ରାଜ୍ୟରେ ଆଜି ଆଉ ୧୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୩୫୦ରେ ପହଁଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ଗଞ୍ଜାମରୁ ସର୍ବାଧିକ ୫୮, ନବରଙ୍ଗପୁରରୁ ୧୯, ଖୋର୍ଦ୍ଧାରୁ ୧୯,ରାୟଗଡ଼ାରୁ ୧୬, ଯାଜପୁରରୁ ୩, ମାଲକାନଗିରିରୁ ୫, ପୁରୀରୁ ୬, କଟକରୁ ୧୪, ନୟାଗଡ଼ରୁ ୩, ଗଜପତିରୁ ୧୬, ବରଗଡ଼ରୁ ଜଣେ, କେନ୍ଦ୍ରାପଡ଼ାରୁ ୬, ସମ୍ବଲପୁରରୁ ୨, କୋରାପୁଟରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଜଣେ ଏନଡ଼ିଆରଏଫ ଯବାନ ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି।
ଏଥିସହିତ ଚିହ୍ନଟ ହୋଇଥିବା ୧୭୦ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୪୩ ଓ ସ୍ଥାନୀୟ ଅଞ୍ଚଳରୁ ୨୭ ଜଣ ଚିହ୍ନଟ ହୋଇଛନ୍ତି ।ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି।
ରାଜ୍ୟରେ ବର୍ତ୍ତମାନ ୬୩୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୪୩୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ରାଜ୍ୟରେ ୧୯୦୩ ଜଣ ସକ୍ରିୟ ଆକ୍ରାନ୍ତ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।
Comments are closed.