Odisha Link
Bridging the Missing Links in Odisha

ସୁସ୍ଥ ହେଲେ ଆଉ ୬୦୭ ଆକ୍ରାନ୍ତ, ଗଞ୍ଜାମରୁ ସର୍ବାଧିକ

ଭୁବନେଶ୍ବର: ରାଜ୍ୟ ପାଇଁ ଭଲ ଖବର। ଆଜି ରାଜ୍ୟରେ ୬୦୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ଫଳରେ ରାଜ୍ୟରେ ମୋଟ ସୁସ୍ଥଙ୍କ ସଂଖ୍ୟା ୧୧୯୩୮ରେ ପହଁଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଗଞ୍ଜାମରୁ ସର୍ବାଧିକ ୨୭୯ ଜଣ ସୁସ୍ଥ ହୋଇଥିବା ବେଳେ ଯାଜପୁରରୁ ୮୪, ଖୋର୍ଦ୍ଧାରୁ ୫୦, କଟକରୁ ୪୨, କେନ୍ଦୁଝରରୁ ୨୩, ମାଲକାନଗିରିରୁ ୨୧, ପୁରୀରୁ ୧୫, ସୁନ୍ଦରଗଡ଼ରୁ ୧୫, ମୟୂରଭୟ୍ଜରୁ ୧୨, ବରଗଡ଼ରୁ ୧୧, କୋରାପୁଟରୁ ୯।

ସେହିପରି କନ୍ଧମାଳରୁ ୮, ଜଗତସିଂହପୁରରୁ ୭, ଅନୁଗୁଳ, ବାଲେଶ୍ବର ଓ ନବରଙ୍ଗପୁରରୁ ୬ ଜଣ ଲେଖାଏଁ ସୁସ୍ଥ ହୋଇଥିବା ବେଳେ ଭଦ୍ରକରୁ ୫, ଗଜପତିରୁ ୩, କେନ୍ଦ୍ରାପଡ଼ା ଓ ସମ୍ବଲପୁରରୁ ୨ଣ ଲେଖାଏଁ ସୁସ୍ଥ ହୋଇଥିବା ବେଳେ ଢେଙ୍କାନାଳରୁ ଜଣେ ସୁସ୍ଥ ହୋଇଛନ୍ତି।

Comments are closed.