କରୋନାରେ ଆଉ ୬ ମୃତ, ମୋଟ ୯୭

ଭୁବନେଶ୍ବର: ରାଜ୍ୟରେ କାୟା ବିସ୍ତାର କରି ଚାଲିଛି କରୋନା ଭାଇରସ୍ । ଆଜି ରାଜ୍ୟର ୨୩ଟି ଜିଲ୍ଲାରୁ ୬୭୩ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ୧୮ ହଜାର ପାର କରିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଏଥିସହିତ ରାଜ୍ୟରେ ଆଉ ୬ଜଣଙ୍କର କରୋନା ଜନିତ ମୃତ୍ୟୁ ହୋଇଛି। ଫଳରେ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁସଂଖ୍ୟା ୯୭ରେ ପହଁଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବସାଇଟ ତଥ୍ୟ ଅନୁସାରେ ୬ଜଣଙ୍କର ମୃତ୍ୟୁ ହୋଇଛି। ଗଞ୍ଜାମରୁ ୫ଜଣ ମୃତ୍ୟୁବରଣ କରିଥିବା ବେଳେ ଜଣେ ଗଜପତିରୁ ମୃତ୍ୟବରଣ କରିଛନ୍ତି। ଗଞ୍ଜମାର ୭୦,୪୨,୫୪ ଓ ୫୨ ବର୍ଷିୟ ପୁରୁଷଙ୍କର ମୃତ୍ୟୁ ହୋଇଛି। ଏଥିସହତି ଗଞ୍ଜାମର ଜଣେ ୪୦ ବର୍ଷିୟ ପୁରୁଷଙ୍କର ମୃତ୍ୟୁ ହୋଇଛି। ହେଲେ ସେ ନୟାଗଡ଼ର ବୋଲି ବିଭାଗ ପକ୍ଷରୁ ଓ୍ବେବସାଇଟ ଜରିଆରେ ସୂଚନା ଦିଆଯାଇଛି। ସେହିପରି ଗଜପତିର ଜଣେ ୫୫ ବର୍ଷିୟ ପୁରୁଷଙ୍କର ମୃତ୍ୟୁ ହୋଇଛି।
Comments are closed.