ସମ୍ ହସ୍ପିଟାଲରେ କୋଭିଡ-୧୯ ଭ୍ୟାକସିନର ମାନବ ପରୀକ୍ଷଣ ଆରମ୍ଭ
ଭୁବନେଶ୍ୱର: କରୋନା ମହାମାରୀର ମୁକାବିଲା କରିବା ନିମନ୍ତେ କୋଭିଡ-19 ଭ୍ୟାକସିନର ମାନବ ପରୀକ୍ଷଣ ସୋମବାର ଇନଷ୍ଟିଚ୍ୟୁଟ ଅଫ୍ ମେଡିକାଲ ସାଇନ୍ସେସ ଆଣ୍ଡ ସମ୍ ହସ୍ପିଟାଲରେ ଆରମ୍ଭ ହୋଇଛି। ସମ୍ ହସ୍ପିଟାଲରେ ଏହି ପରୀକ୍ଷଣ ନିମନ୍ତେ ଗତ ୨୦ ତାରିଖରେ ଆରମ୍ଭ ହୋଇଥିବା ପ୍ରିଭେନଟିଭ ଆଣ୍ଡ ଥେରାପିଉଟିକ କ୍ଲିନିକାଲ ୟୁନିଟରେ ସ୍ବେଛାସେବୀ ମାନଙ୍କ ଶରୀରରେ ଏହି ଭ୍ୟାକସିନର ପ୍ରୟୋଗ କରାଯାଇଛି ।
ଭାରତ ବାୟୋଟେକ ଦ୍ୱାରା ପ୍ରସ୍ତୁତ କରାଯାଇଥିବ। Covaxin ନାମକ ଏହି ଭ୍ୟାକସିନର ପରୀକ୍ଷଣ ନିମନ୍ତେ ଅନେକ ସ୍ବେଛାସେବୀଙ୍କ ମଧ୍ୟରେ ଆଗ୍ରହ ସୃଷ୍ଟି ପାଉଥିବା ସୂଚନା ଦେଇଛନ୍ତି ଏହି ପରୀକ୍ଷଣ ପ୍ରକ୍ରିୟାର ମୁଖ୍ୟ ପରୀକ୍ଷକ ଡ଼ଃ ଇ. ଭେଙ୍କଟ ରାଓ ।
ବିଭିନ୍ନ ପର୍ଯ୍ୟାୟରେ ସ୍କ୍ରିନିଂ କରାଯିବା ପରେ ସ୍ବେଛାସେବୀ ମାନଙ୍କ ଶରୀରରେ ଭ୍ୟାକସିନ ପ୍ରୟୋଗ କରାଯାଇଥିବା ସମ ହସ୍ପିଟାଲର କମ୍ୟୁନିଟି ମେଡ଼ିସିନ ବିଭାଗର ପ୍ରଫେସର ଡ଼ଃ ରାଓ ସୂଚନା ଦେଇଛନ୍ତି ।ପରୀକ୍ଷଣ ପରେ ସ୍ବେଛାସେବୀ ମାନଙ୍କୁ ପର୍ଯ୍ୟବେକ୍ଷଣରେ ରଖାଯାଇଛି ଓ ସମସ୍ତେ ସୁସ୍ଥ ଅଛନ୍ତି ବୋଲି ଡ଼ଃ ରାଓ ସୂଚନା ଦେଇଛନ୍ତି।
Comments are closed.