କରୋନା: ଆଜି ଆଉ ୭ ମୃତ, ମୋଟ ୧୪୭

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଅପରପକ୍ଷେ କରୋନା ଜନିତ ମୃତ୍ୟୁସଂଖ୍ୟା ରାଜ୍ୟରେ ବୃଦ୍ଧି ପାଉଛି। ରାଜ୍ୟରେ ଆଜି ଆଉ ୭ଜଣଙ୍କର କରୋନା ଜନିତ ମୃତ୍ୟୁ ହୋଇଛି। ଫଳରେ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୪୭ରେ ପହଁଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ରହିଛି।
ମୃତକଙ୍କ ମଧ୍ୟରେ ଗଞ୍ଜାମରୁ ୩ ଜଣ ଥିବା ବେଳେ ଖୋର୍ଦ୍ଧା, ସୁନ୍ଦରଗଡ଼, କଟକ ଓ ମାଲକାନଗିରିରୁ ଜଣେ ଲେଖାଏଁ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି। ସୁନ୍ଦରଗଡ଼ରୁ ଜଣେ ୬୩ ବର୍ଷିୟ ପୁରୁଷଙ୍କର ମୃତ୍ୟୁ ହୋଇଛି। ଭୁବନେଶ୍ବରରୁ ଜଣେ ୪୫ ବର୍ଷିୟ ପୁରୁଷଙ୍କର ମୃତ୍ୟୁ ହୋଇଛି। ସେ ଡାଇବେଟିସ ରୋଗରେ ଆକ୍ରାନ୍ତ ଥିଲେ। ସେହିପରି ଗଞ୍ଜମାରୁ ଜଣେ ୫୧ ବର୍ଷୀୟ ମହିଳାଙ୍କର ମୃତ୍ୟୁ ହୋଇଥିବା ବେଳେ ୫୮ ଓ ୫୫ ବର୍ଷୀୟ ପୁରୁଷଙ୍କର ମୃତ୍ୟୁ ହୋଇଛି। କଟକରୁ ଜଣେ ୬୬ ବର୍ଷୀୟ ବ୍ୟକ୍ତିଙ୍କର ମଧ୍ୟ ମୃତ୍ୟୁ ହୋଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
Regret to inform the demise of 7 Covid positive patients while under treatment in hospitals.
1. A 63-year old male of Sundergarh district who was also suffering from Diabetes.
2. A 45-year old male of Bhubaneswar who was also suffering from Diabetes.
— H & FW Dept Odisha (@HFWOdisha) July 27, 2020
Comments are closed.