Odisha Link
Bridging the Missing Links in Odisha

କରୋନା: ରାଜ୍ୟରେ ୧୫୦ ଡେଇଁଲା ମୃତ୍ୟୁ ସଂଖ୍ୟା

ଭୁବନେଶ୍ବର: ରାଜ୍ୟରେ ଅଣାୟତ୍ତ ହେଉଛି କରୋନା ସଂକ୍ରମଣ। ଗୋଟିଏ ପଟେ ସଂକ୍ରମଣ ବଢ଼ୁଥିବା ବେଳେ ଅନ୍ୟପକ୍ଷେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଆଜି ରାଜ୍ୟରେ ଆଉ ୭ଜଣଙ୍କର କରୋନା ଜନିତ ମୃତ୍ୟୁ ହୋଇଛି। ଫଳରେ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୫୪ରେ ପହଁଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।

 ଆଜି ଗଞ୍ଜାମରୁ ସର୍ବାଧିକ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ରାୟଗଡାରୁ ୨, କଟକରୁ ଜଣେ ଓ ଭୁବନେଶ୍ୱରୁ ଜଣଙ୍କର ମୃତ୍ୟୁ ଘଟିଛି । ଭୁବନେଶ୍ୱରରେ  ଏକ ୫ବର୍ଷର ବାଳକର କରୋନା ଜନିତ ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।

Comments are closed.